ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୪ା୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର।
ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆ ଯୋଜନା ଘୋଷଣା କରିଛନ୍ତି।

ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

୮୦ ବର୍ଷରୁ ଊଦ୍ଧର୍‌ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

ସୂଚନାଯୋଗ୍ୟ, ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି ।
ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।

ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ ହସ୍ତଶିଳ୍ପ କାରିଗର ଅଛନ୍ତି।

ତେବେ, ପରିଣତ ବୟସରେ ବୁଣାକାରମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ ବରିଷ୍ଠ ବୁଣାକାର ସହାୟତା ଯୋଜନା ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗରମାନଙ୍କ ପାଇଁ କୌଣସି ଯୋଜନା ନାହିଁ।

ବୁଣାକାରମାନେ ୬୦ ରୁ ୮୦ ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର ସହାୟତା ପାଉଥିବା ବେଳେ ୮୦ ବର୍ଷ ବଯସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ।
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ ଏ ସମ୍ପର୍କରେ ଅନୁରୋଧ କରିଥିଲେ। ଏହି ଅନୁରୋଧକୁ ବିଚାରକୁ ନେଇ ରାଜ୍ୟ ସରକାର ରାଜ୍ୟର ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କର କଲ୍ୟାଣ ନିମନ୍ତେ ଏକ ନୂତନ ଯୋଜନା ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା ପ୍ରଣୟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ବରିଷ୍ଠ ବୁଣାକାର ସହାୟତା ଯୋଜନାରେ ସହାୟତା ପାଉଥିବା ହିତାଧିକାରୀମାନଙ୍କୁ ବର୍ଦ୍ଧିତ ହାରରେ ସହାୟତା ରାଶି ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ପରବର୍ତ୍ତୀ ସମୟରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ମଧ୍ୟରୁ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ସହାୟତା ରାଶି ଯଥାଶୀଘ୍ର ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri