ତେଲ ଦର ବଢ଼ାଇ ୨୩ ଲକ୍ଷ କୋଟି ଆଦାୟ କରିଛନ୍ତି ସରକାର:ରାହୁଲ

ନୂଆଦିଲ୍ଲୀ,୨ା୯: ତେଲ ଏବଂ ଗ୍ୟାସ୍‌ର ଲଗାତର ଦରବୃଦ୍ଧିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ବୁଧବାର ଟାର୍ଗେଟ କରିଛନ୍ତି। ଗତ ୭ ବର୍ଷରେ ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସ୍‌ ଦର ବଢାଇ ସରକାର ୨୩ ଲକ୍ଷ କୋଟି ଟଙ୍କା ଆଦାୟ କରିଥିବାରୁ ସେ କେନ୍ଦ୍ର ସରକାରଙ୍କୁ ସେ ସମାଲୋଚନା କରିଛନ୍ତି। କୃଷକ, ବେତନଭୋଗୀ ଏବଂ ଶ୍ରମିକ ଶ୍ରେଣୀଙ୍କୁ ବିମୁଦ୍ରୀକରଣ କରାଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର କେତେକ ଉଦ୍ୟୋଗପତି ବନ୍ଧୁଙ୍କ ଲାଗି ମୁଦ୍ରୀକରଣ କରୁଥିବା ସେ ଅଭିଯୋଗ କରିଛନ୍ତି। ସେ ଜିଡିପି ବୃଦ୍ଧିକୁ ମଧ୍ୟ ନୂଆ ଭାବେ ଦର୍ଶାଇଛନ୍ତି। ଜିଡିପି ବୃଦ୍ଧି ମାନେ ତେଲ ଦର ଏବଂ ଗ୍ୟାସ୍‌ ଭଳି ଅନ୍ୟ ସାମଗ୍ରୀ ଦର ବୃଦ୍ଧି ବୋଲି ରାହୁଲ କଟାକ୍ଷ କରିଛନ୍ତି। ସରକାର ଗତ ୭ ବର୍ଷରେ ତେଲରୁ ଯେଉଁ ଅର୍ଥ ଆଦାୟ କରିଛନ୍ତି ତାହା କେଉଁ ଆଡ଼େ ଗଲା ବୋଲି ଦେଶବାସୀ ସରକାରଙ୍କୁ ପ୍ରଶ୍ନ କରନ୍ତୁ। ମୁଦ୍ରୀକରଣ ଦ୍ୱାରା ସାଧାରଣ ଲୋକେ ହଇରାଣ ହେଉଥିବା ବେଳେ ପୁଞ୍ଜିପତିଙ୍କ ପକେଟକୁ ସରକାର ଭରୁଛନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri