ବର୍ଷକୁ ୫୦୦ ଜଣ ନେବେ ପାଇଲଟ୍‌ ଟ୍ରେନିଂ, ୬୬୨ କୋଟି ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ଦକ୍ଷ ପାଇଲଟ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଢେଙ୍କାନାଳ ଜିଲାର ବିରାଶାଳଠାରେ ବିଜୁ ପଟ୍ଟନାୟକ ଆଭିଏଶନ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେଠାରେ ପାଇଲଟ ଟ୍ରେନିଂ, ସିମୁଲେଟର ଟ୍ରେନିଂ ଏବଂ କ୍ୟାବିନ୍‌ କ୍ରୁ ଟ୍ରେନିଂ କରିବା ପାଇଁ ରାଜ୍ୟ ସରକାର ୬୬୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କରିଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ବାର୍ଷିକ ହାରାହାରି ୫୦୦ ଜଣଙ୍କୁ ତାଲିମ ଦେବା ସହିତ ବିମାନ ଚଳାଚଳ ବିକାଶରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆସିପାରିବ। ରାଜ୍ୟର ବେସାମରିକ ଚଳାଚଳ ନୀତି ୨୦୨୨ ଅନୁଯାୟୀ, ‘ଗତି’ର ଏହି ପ୍ରସ୍ତାବିତ ନବୀକରଣ ଆସନ୍ତାବର୍ଷରେ ଏକ ମାଇଲ୍‌ଷ୍ଟୋନ୍‌ରେ ପରିଣତ ହେବ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପରେ ଓଡ଼ିଶା ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ଭାବେ ସମଗ୍ର ଦେଶରେ ପରିଣତ ହେବ। ଭାରତରେ ବର୍ତ୍ତମାନ ପାଇଲଟଙ୍କ ସଂଖ୍ୟା ବହୁତ କମ୍‌ ଅଛି। ଆସନ୍ତା ୨୦ ବର୍ଷ ମଧ୍ୟରେ ଚାହିଦା ପୂରଣ ପାଇଁ ବର୍ଷକୁ ୨୦୦୦ ପାଇଲଟଙ୍କର ଆବଶ୍ୟକତା ରହିଛି। ଏହି ପ୍ରକଳ୍ପ ଦ୍ୱାରା ବାର୍ଷିକ ପ୍ରାୟ ୫୦୦ ଜଣଙ୍କୁ ତାଲିମ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହିତ ଏହି ଆଭିଏଶନ ସେଣ୍ଟର ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବୃଦ୍ଧିରେ ସହାୟକ ହେବା ସହିତ ପର୍ଯ୍ୟଟନ, ଅତିଥି ସେବା ଏବଂ ସ୍ଥାନୀୟ ବ୍ୟବସାୟ ମାଧ୍ୟମରେ ଅର୍ଥନୈତିକ କାର୍ଯ୍ୟକଳାପର ଅଭିବୃଦ୍ଧି ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri