ମାତୃତ୍ୱ ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କଲେ ସରକାର, ଏତିକି ଦିନ ପର୍ଯ୍ୟନ୍ତ ମିଳିବ…

ଭୁବନେଶ୍ୱର,୨୧ା୫: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍‌ ଜୀବିତ ପିଲାଙ୍କ ପାଇଁ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା। ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି ସରକାର।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।

ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ୱ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।

ନୂତନ ନିଷ୍ପତ୍ତି ଅନୁଯାୟୀ, ସମ୍ଭାବ୍ୟ ପ୍ରସବ ତାରିଖର (Expected Delivery Date) ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ୬ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ୱ ଛୁଟି ନେଇପାରିବେ ।

କିନ୍ତୁ ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ। ତେଣୁ ଏହି କ୍ଷେତ୍ରରେ ମାତୃତ୍ୱ ଛୁଟି ୧୮୦ ଦିନରୁ କମ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri