୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ ସରକାର ଗତ ବନ୍ୟାରେ ବିଭିନ୍ନ ଜିଲାର ୨.୨୫ ଲକ୍ଷ ହେକ୍ଟର ଚାଷଜମିରେ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଶସ୍ୟହାନି ହୋଇଥିବା ବେଳେ ପ୍ରାୟ ୧ ଲକ୍ଷ ୨୦ ହଜାର ଘର କ୍ଷତିଗ୍ରସ୍ତ ହୋଇଥିବା କେନ୍ଦ୍ରୀୟ ଟିମ୍‌କୁ ଅବଗତ କରାଇଛନ୍ତି। ନଦୀବନ୍ଧ, ରାସ୍ତା, ସର୍ବସାଧାରଣ ଭିତ୍ତିଭୂମି ନଷ୍ଟ ହୋଇଥିବା ବିଷୟରେ ଅବଗତ କରାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏକ ପୂର୍ଣ୍ଣାଙ୍ଗ କ୍ଷୟକ୍ଷତି ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।
କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତଃ ମନ୍ତ୍ରଣାଳୟ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ବନ୍ୟା ପ୍ରଭାବିତ ଅଞ୍ଚଳ କ୍ଷୟକ୍ଷତି ଅନୁଧ୍ୟାନ କରିବା ପରେ ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ଅନ୍ୟ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସହ ବନ୍ୟା ସ୍ଥିତି ଓ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଟିମ୍‌ଙ୍କୁ ରିଲିଫ, ଉଦ୍ଧାର, ପ୍ରସ୍ତୁତି, ସମ୍ପର୍କରେ ଏକ ପୂର୍ଣ୍ଣାଙ୍ଗ ତାଲିକା ଉପସ୍ଥାପନ କରାଯାଇଥିଲା। କେନ୍ଦ୍ରୀୟ ଟିମ୍‌ ରାଜ୍ୟ ସରକାରଙ୍କ ବନ୍ୟା ପ୍ରସ୍ତୁତି ଓ ଉଦ୍ଧାର କାର୍ଯ୍ୟକୁ ଉଚ୍ଚପ୍ରଶଂସା କରିଛନ୍ତି। କେନ୍ଦ୍ର ସରକାର ବନ୍ୟା ପରବର୍ତ୍ତୀ ଥଇଥାନ ଓ ମରାମତି ପାଇଁ କେବଳ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସ୍‌ଡିଆର୍‌ଏଫ୍‌) ଅର୍ଥ ଭରଣା କରିବ ନାହିଁ, ନଦୀବନ୍ଧ ମରାମତି, ନୂତନ ନଦୀବନ୍ଧ ନିର୍ମାଣ, ବିପର୍ଯ୍ୟୟ ସହନଶୀଳ ଗୃହ ନିର୍ମାଣ ଓ ଭିତ୍ତିଭୂମି ନିର୍ମାଣର ସମସ୍ତ କ୍ଷେତ୍ରରେ ସହାୟତା ଯୋଗାଇ ଦେବ ବୋଲି କେନ୍ଦ୍ରୀୟ ଟିମ୍‌ ପ୍ରତିଶ୍ରୁତି ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ପ୍ରବୀଣ ବଶିଷ୍ଠ କହିଛନ୍ତି।
କେନ୍ଦ୍ରୀୟ ଟିମ୍‌ ଦୁଇ ଭାଗରେ ବିଭକ୍ତ ହୋଇ ବୁଧବାର ଓ ଗୁରୁବାର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲାର ବନ୍ୟାଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ବୁଧବାର କେନ୍ଦ୍ରାପଡା, ଭଦ୍ରକ ଓ ଯାଜପୁର ବୁଲି ଦେଖିବା ବେଳେ ଗୁରୁବାର ପୁରୀ ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ।
ପୁରୀ ଜିଲାର ସବୁଠୁ ଅଧିକ କ୍ଷତିଗ୍ରସ୍ତ କଣାସ ବ୍ଲକର ପାଣ୍ଡିଆକେରା ପଞ୍ଚାୟତ ଗଡ଼ମାଟିଆପଡ଼ାର ନୂଆସାହିଠାରେ ଦୟାନଦୀରେ ହୋଇଥିବା ଘାଇ ବୁଲି ଦେଖିଥିଲେ। ସେଠାରେ କ୍ଷୟକ୍ଷତି ଆକଳନ କରିବା ସହ ଘାଇର ଫଟୋ ଉଠାଇ ଥିଲେ। ବନ୍ୟାପାଣିରେ ଉଜୁଡ଼ିି ଯାଇଥିବା ଫସଲ ସମ୍ପର୍କରେ ଚାଷୀଙ୍କ ସହିତ କଥା ହୋଇଥିଲେ। ଏହାପରେ ଟିମ୍‌ ଗଡ଼ମାଟିଆପଡ଼ା ଗଁାକୁ ଯାଇ ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିଥିଲେ। ଫେରିବା ବେଳେ ଗଁା ଲୋକେ ସେମାନଙ୍କୁ ଅସୁବିଧା ସମ୍ପର୍କରେ ଜଣାଇଥିଲେ। ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ରୀୟ ଟିମ୍‌ ନୂଆଦିଲ୍ଲୀ ଫେରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri