୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ ସରକାର ଗତ ବନ୍ୟାରେ ବିଭିନ୍ନ ଜିଲାର ୨.୨୫ ଲକ୍ଷ ହେକ୍ଟର ଚାଷଜମିରେ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଶସ୍ୟହାନି ହୋଇଥିବା ବେଳେ ପ୍ରାୟ ୧ ଲକ୍ଷ ୨୦ ହଜାର ଘର କ୍ଷତିଗ୍ରସ୍ତ ହୋଇଥିବା କେନ୍ଦ୍ରୀୟ ଟିମ୍‌କୁ ଅବଗତ କରାଇଛନ୍ତି। ନଦୀବନ୍ଧ, ରାସ୍ତା, ସର୍ବସାଧାରଣ ଭିତ୍ତିଭୂମି ନଷ୍ଟ ହୋଇଥିବା ବିଷୟରେ ଅବଗତ କରାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏକ ପୂର୍ଣ୍ଣାଙ୍ଗ କ୍ଷୟକ୍ଷତି ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।
କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତଃ ମନ୍ତ୍ରଣାଳୟ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ବନ୍ୟା ପ୍ରଭାବିତ ଅଞ୍ଚଳ କ୍ଷୟକ୍ଷତି ଅନୁଧ୍ୟାନ କରିବା ପରେ ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଏବଂ ଅନ୍ୟ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସହ ବନ୍ୟା ସ୍ଥିତି ଓ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ଟିମ୍‌ଙ୍କୁ ରିଲିଫ, ଉଦ୍ଧାର, ପ୍ରସ୍ତୁତି, ସମ୍ପର୍କରେ ଏକ ପୂର୍ଣ୍ଣାଙ୍ଗ ତାଲିକା ଉପସ୍ଥାପନ କରାଯାଇଥିଲା। କେନ୍ଦ୍ରୀୟ ଟିମ୍‌ ରାଜ୍ୟ ସରକାରଙ୍କ ବନ୍ୟା ପ୍ରସ୍ତୁତି ଓ ଉଦ୍ଧାର କାର୍ଯ୍ୟକୁ ଉଚ୍ଚପ୍ରଶଂସା କରିଛନ୍ତି। କେନ୍ଦ୍ର ସରକାର ବନ୍ୟା ପରବର୍ତ୍ତୀ ଥଇଥାନ ଓ ମରାମତି ପାଇଁ କେବଳ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସ୍‌ଡିଆର୍‌ଏଫ୍‌) ଅର୍ଥ ଭରଣା କରିବ ନାହିଁ, ନଦୀବନ୍ଧ ମରାମତି, ନୂତନ ନଦୀବନ୍ଧ ନିର୍ମାଣ, ବିପର୍ଯ୍ୟୟ ସହନଶୀଳ ଗୃହ ନିର୍ମାଣ ଓ ଭିତ୍ତିଭୂମି ନିର୍ମାଣର ସମସ୍ତ କ୍ଷେତ୍ରରେ ସହାୟତା ଯୋଗାଇ ଦେବ ବୋଲି କେନ୍ଦ୍ରୀୟ ଟିମ୍‌ ପ୍ରତିଶ୍ରୁତି ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯିବ ବୋଲି ପ୍ରବୀଣ ବଶିଷ୍ଠ କହିଛନ୍ତି।
କେନ୍ଦ୍ରୀୟ ଟିମ୍‌ ଦୁଇ ଭାଗରେ ବିଭକ୍ତ ହୋଇ ବୁଧବାର ଓ ଗୁରୁବାର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲାର ବନ୍ୟାଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ବୁଧବାର କେନ୍ଦ୍ରାପଡା, ଭଦ୍ରକ ଓ ଯାଜପୁର ବୁଲି ଦେଖିବା ବେଳେ ଗୁରୁବାର ପୁରୀ ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ।
ପୁରୀ ଜିଲାର ସବୁଠୁ ଅଧିକ କ୍ଷତିଗ୍ରସ୍ତ କଣାସ ବ୍ଲକର ପାଣ୍ଡିଆକେରା ପଞ୍ଚାୟତ ଗଡ଼ମାଟିଆପଡ଼ାର ନୂଆସାହିଠାରେ ଦୟାନଦୀରେ ହୋଇଥିବା ଘାଇ ବୁଲି ଦେଖିଥିଲେ। ସେଠାରେ କ୍ଷୟକ୍ଷତି ଆକଳନ କରିବା ସହ ଘାଇର ଫଟୋ ଉଠାଇ ଥିଲେ। ବନ୍ୟାପାଣିରେ ଉଜୁଡ଼ିି ଯାଇଥିବା ଫସଲ ସମ୍ପର୍କରେ ଚାଷୀଙ୍କ ସହିତ କଥା ହୋଇଥିଲେ। ଏହାପରେ ଟିମ୍‌ ଗଡ଼ମାଟିଆପଡ଼ା ଗଁାକୁ ଯାଇ ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିଥିଲେ। ଫେରିବା ବେଳେ ଗଁା ଲୋକେ ସେମାନଙ୍କୁ ଅସୁବିଧା ସମ୍ପର୍କରେ ଜଣାଇଥିଲେ। ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ରୀୟ ଟିମ୍‌ ନୂଆଦିଲ୍ଲୀ ଫେରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri