ସରକାର ନେଲେ ବଡ଼ ନିଷ୍ପତ୍ତି: ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୭(ସୁଚିସ୍ମିତା ସାହୁ): ଖୁବଶୀଘ୍ର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ୟୁନିର୍ଫମ। ରାଜ୍ୟ ସରକାରଙ୍କର ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬) ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ୁ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ସାର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟ ପତ୍ର ମାଗଣାରେ ଯୋଗାଇ ଦିଆଯିବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମଗ୍ର ଶିକ୍ଷାର ସଂସ୍ଥା ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିପାଇଁ ଜଣେ ଛାତ୍ରୀଛାତ୍ରଙ୍କ ପିଛା ମୋଟ ୫୦୦ ଟଙ୍କା ଖର୍ଚ୍ଚ ହେବ । ଜଣେ ଛାତ୍ରୀଛାତ୍ରଙ୍କ ପିଛା ୨୦୦ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟ ପତ୍ର ବଣ୍ଟନ କରାଯିବ । ସରକାରୀ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ସମସ୍ତ ଛାତ୍ରୀ ତଥା ଅନୁସୂଚିତ ଜାତି ଓ ଜନଜାତି ଓ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ସମସ୍ତ ଛାତ୍ରମାନଙ୍କ କ୍ଷେତ୍ରରେ ମୋଟ ୫୦୦ଟଙ୍କା ମଧ୍ୟରୁ ୧୦୦ ଟଙ୍କା ସମଗ୍ର ଶିକ୍ଷା ଯୋଜନାରୁ ଭରଣା କରାଯାଉଥିବା ବେଳେ ବଳକା ୪୦୦ ଟଙ୍କା ରାଜ୍ୟ ସରକାରଙ୍କର ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଭରଣା କରାଯିବ । ଛାତ୍ରଛାତ୍ରୀମାନଙ୍କୁ ଏକ ହଳ କଳା ରଙ୍ଗର ଜୋତା ଓ ଦୁଇ ହଳ ଧଳା ରଙ୍ଗର ମୋଜା ବଣ୍ଟନ କରାଯିବ ।
ସେହିପରି ୧୦୦ ଜଣରୁ କମ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଦୁଇଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ମଧ୍ୟରୁ ଯେ କୌଣସି ଦୁଇଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ। ୧୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଚାରିଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ଲେଖାଏଁ ଟି-ସାର୍ଟ ସହିତ ଗୋଟିଏ ଲେଖାଏଁ ଟ୍ରାକ ପ୍ୟାଣ୍ଟ ଏବଂ ଗୋଟିଏ ଟୋପି ଲୋଗୋ ସହିତ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ପରିଚୟ ପତ୍ର ମଧ୍ୟ ବଣ୍ଟନ କରାଯିବ।ଶିକ୍ଷାବିତ, ବିିଶିଷ୍ଟ ବ୍ୟକ୍ତି ଏବଂ ସମାଜସେବୀଙ୍କ ଉପସ୍ଥିତିରେ ଜୋତା ଆଦି ଉପକରଣ ବଣ୍ଟନ କରାଯିବା ସହିତ ଏ ସମ୍ପର୍କିତ ଫଟୋ ଉତ୍ତୋଳନ କରାଯାଇ ସଂପୂର୍ଣ୍ଣ ବିବରଣୀ ରଖାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri