ସରକାର ନେଲେ ବଡ଼ ନିଷ୍ପତ୍ତି: ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୭(ସୁଚିସ୍ମିତା ସାହୁ): ଖୁବଶୀଘ୍ର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ୟୁନିର୍ଫମ। ରାଜ୍ୟ ସରକାରଙ୍କର ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬) ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ୁ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ସାର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟ ପତ୍ର ମାଗଣାରେ ଯୋଗାଇ ଦିଆଯିବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମଗ୍ର ଶିକ୍ଷାର ସଂସ୍ଥା ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିପାଇଁ ଜଣେ ଛାତ୍ରୀଛାତ୍ରଙ୍କ ପିଛା ମୋଟ ୫୦୦ ଟଙ୍କା ଖର୍ଚ୍ଚ ହେବ । ଜଣେ ଛାତ୍ରୀଛାତ୍ରଙ୍କ ପିଛା ୨୦୦ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟ ପତ୍ର ବଣ୍ଟନ କରାଯିବ । ସରକାରୀ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ସମସ୍ତ ଛାତ୍ରୀ ତଥା ଅନୁସୂଚିତ ଜାତି ଓ ଜନଜାତି ଓ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ସମସ୍ତ ଛାତ୍ରମାନଙ୍କ କ୍ଷେତ୍ରରେ ମୋଟ ୫୦୦ଟଙ୍କା ମଧ୍ୟରୁ ୧୦୦ ଟଙ୍କା ସମଗ୍ର ଶିକ୍ଷା ଯୋଜନାରୁ ଭରଣା କରାଯାଉଥିବା ବେଳେ ବଳକା ୪୦୦ ଟଙ୍କା ରାଜ୍ୟ ସରକାରଙ୍କର ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଭରଣା କରାଯିବ । ଛାତ୍ରଛାତ୍ରୀମାନଙ୍କୁ ଏକ ହଳ କଳା ରଙ୍ଗର ଜୋତା ଓ ଦୁଇ ହଳ ଧଳା ରଙ୍ଗର ମୋଜା ବଣ୍ଟନ କରାଯିବ ।
ସେହିପରି ୧୦୦ ଜଣରୁ କମ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଦୁଇଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ମଧ୍ୟରୁ ଯେ କୌଣସି ଦୁଇଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ। ୧୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟରେ ଚାରିଗୋଟି ହାଉସ ଗଠନ କରାଯିବ। ଚାରୋଟି ରଙ୍ଗର ଟି-ସାର୍ଟ ଚୟନ କରାଯାଇ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ଲେଖାଏଁ ଟି-ସାର୍ଟ ସହିତ ଗୋଟିଏ ଲେଖାଏଁ ଟ୍ରାକ ପ୍ୟାଣ୍ଟ ଏବଂ ଗୋଟିଏ ଟୋପି ଲୋଗୋ ସହିତ ବଣ୍ଟନ କରାଯିବ । ଛାତ୍ରୀଛାତ୍ରଙ୍କୁ ଗୋଟିଏ ପରିଚୟ ପତ୍ର ମଧ୍ୟ ବଣ୍ଟନ କରାଯିବ।ଶିକ୍ଷାବିତ, ବିିଶିଷ୍ଟ ବ୍ୟକ୍ତି ଏବଂ ସମାଜସେବୀଙ୍କ ଉପସ୍ଥିତିରେ ଜୋତା ଆଦି ଉପକରଣ ବଣ୍ଟନ କରାଯିବା ସହିତ ଏ ସମ୍ପର୍କିତ ଫଟୋ ଉତ୍ତୋଳନ କରାଯାଇ ସଂପୂର୍ଣ୍ଣ ବିବରଣୀ ରଖାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?