ଲ’ ଅଫିସରଙ୍କ ଫି’ ବଢ଼ାଇଲେ ସରକାର

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍‌ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ,  କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। କାର୍ଯ୍ୟରତ ୭୪୦ ଜଣ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି’ ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ପୂର୍ବରୁ ଦୈନିକ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିପରି କାର୍ଯ୍ୟରତ ୨୯ ଜଣ ସରକାରୀ ପ୍ଲିଡର ଏବଂ ୧୧୩ ଜଣ ସହକାରୀ ସରକାରୀ ପ୍ଲିଡରଙ୍କ ପୂର୍ବରୁ ରିଟେନର ଫି’ ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ...

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ...

ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…

ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି।...

୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ...

ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା

କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍‌ସୋ ମାମଲାରେ ସାକ୍ଷୀ...

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?

ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ...

ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri