ଲ’ ଅଫିସରଙ୍କ ଫି’ ବଢ଼ାଇଲେ ସରକାର

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍‌ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ,  କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। କାର୍ଯ୍ୟରତ ୭୪୦ ଜଣ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି’ ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ପୂର୍ବରୁ ଦୈନିକ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିପରି କାର୍ଯ୍ୟରତ ୨୯ ଜଣ ସରକାରୀ ପ୍ଲିଡର ଏବଂ ୧୧୩ ଜଣ ସହକାରୀ ସରକାରୀ ପ୍ଲିଡରଙ୍କ ପୂର୍ବରୁ ରିଟେନର ଫି’ ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?