ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶାକର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲାଗସ୍ତ ସମୟରେ ଆଶାକର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡ଼ିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶାକର୍ମୀମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ। ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ, ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri