ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶାକର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲାଗସ୍ତ ସମୟରେ ଆଶାକର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡ଼ିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶାକର୍ମୀମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ। ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ, ଆଶାକର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri