ଠିକା କର୍ମଚାରୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ସେବା ପ୍ରଦାନକାରୀ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଠିକା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ, ଏହି ଠିକା କର୍ମଚାରୀମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସମ୍ପର୍କରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ। ତଦନ୍ତୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. ଠିକା କର୍ମଚାରୀ ଓ ସେବା ପ୍ରଦାନକାରୀ ସଂସ୍ଥା ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୪. ଅଭିଜ୍ଞତା ଥିବା କର୍ମଚାରୀମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ୧ ହଜାର ଟଙ୍କା ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ।

୬. ଠିକା କର୍ମଚାରୀଙ୍କର ଅଭିଯୋଗ ଶୁଣାଣି ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ ଜିଏ ଏବଂ ପିଜି ବିଭାଗ ସିଏମ୍‌ଜିଆଇ ଜରିଆରେ ଏକ ସଫ୍ଟଓ୍ବେୟର ଆପ୍ଲିକେଶନ ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ ଠିକା କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।
ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ ସର୍ଭିସ ପ୍ରୋଭାଇିଡିଂ ଏଜେନ୍ସିମାନଙ୍କ ସହିତ ଅତିରିକ୍ତ ଚୁକ୍ତି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri