ଊର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି। ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri