ଚଳିତ ବର୍ଷର ଅନୁଦାନ ୩୫୧ କୋଟିକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୭ା୧୦(ଅନିଲ ଦାସ): ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ବ୍ୟୟବରାଦ କରାଯାଇଛି। ଏହି ଅନୁଦାନକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ବାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ୯ ଜିଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡ଼ା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ଼ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri