ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ; ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହିତ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କାଲି ମଧ୍ୟ ରାତ୍ରରୁ ଆଜି ସକାଳ ୭ଟା ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ହୋଇଛି।

ହସ୍ତଗତ ହୋଇଥିବା ତଥ୍ୟ ଅନୁଯାୟୀ ଆମେ ଆମର ‘ଜିରୋ କାଜୁଆଲ୍‌ଟି’ ଲକ୍ଷ୍ୟ ହାସଲ କରିଛୁ। ବାତ୍ୟା ମୁକାବିଲାରେ ଆମେ ସମ୍ପୂର୍ଣ୍ଣ ସଫଳତା ହାସଲ କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ସରକାର ଓ ପ୍ରଶାସନର ତତ୍ପରତା ଯୋଗୁ ପ୍ରାୟତଃ କ୍ଷୟକ୍ଷତି ଘଟି ନାହିଁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁ ସବୁ ଜାଗାରେ ଗଛ ପଡି ରାସ୍ତା ଅବରୋଧ ହୋଇଛି, ଆଜି ଅପରାହ୍ନ ଗୋଟାଏ ସୁଦ୍ଧା ସେସବୁ ହଟାଯିବ। ବିଦ୍ୟୁତ ସରବରାହ ବ୍ୟାଘାତ ହୋଇଥିବା ସ୍ଥାନଗୁଡିକରେ ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସଂଯୋଗ ଯୋଗାଇଦିଆଯିବ। ରେଳ ସେବା ମଧ୍ୟ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଓ ପୁରୀରୁ ନିର୍ଦ୍ଧାରିତ ସମୟରେ ରେଳ ଚଳାଚଳ କରିବ ବୋଲି ସେ କହିଛନ୍ତି।

ସେହିପରି ବିମାନ ଚଳାଚଳ ସ୍ୱାଭାବିକ ହୋଇଛି। ଆଜି ସକାଳ ୯ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପ୍ରଥମ ବିମାନ ଅବତରଣ କରିଛି। ପ୍ରଭାବିତ ଅଞ୍ଚଳରେ ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ର ଓ ମା’ ଗୃହକୁ ସ୍ଥାନାନ୍ତରିତ ହୋଇଥିବା ଗର୍ଭବତୀ ମହିଳାଙ୍କ ମଧ୍ୟରୁ ୧୬୦୦ରୁ ଅଧିକ ମହିଳା ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବେ ଜନ୍ମ ଦେଇଛନ୍ତି। ଆମ ପାଇଁ ଖୁସିର କଥା ଉଭୟ ମା’ ଓ ଶିଶୁମାନେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ବାତ୍ୟା ‘ଦାନା’ର ପ୍ରଭାବ କମି ଗଲାଣି। ଲୋକମାନେ ଆଶ୍ରୟ ସ୍ଥଳୀରୁ ନିଜ ନିଜ ଘରକୁ ଫେରିବା ଆରମ୍ଭ କଲେଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଶେଷ କୃପା ଓ ଆମର ଟିମ୍‌ ସ୍ପିରିଟ୍ ଯୋଗୁ ଆମେ ବାତ୍ୟାର ସଫଳ ମୁକାବିଲା କରିପାରିଲୁ। ମୁଖ୍ୟମନ୍ତ୍ରୀ ଏଥିପାଇଁ ଜନସାଧାରଣ, ପ୍ରଶାସନିକ ଅଧିକାରୀ, ଉଦ୍ଧାରକାରୀ ଦଳ, ଡାକ୍ତରୀ ଦଳ, ପୋଲିସ୍, ଅଗ୍ନିଶମ ବାହିନୀ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri