ଚାଇନାର ୫୦ ନିବେଶ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି ସରକାର

ନୂଆଦିଲ୍ଲୀ,୬।୭ : ଚାଇନା କମ୍ପାନୀଗୁଡ଼ିକ ପକ୍ଷରୁ ୫୦ ନିବେଶ ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ତର୍ଜମା କରୁଛନ୍ତି। ନୂଆ ସ୍କ୍ରିନିଂ ନୀତି ଅନୁସାରେ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ପ୍ରକାଶ କରିଛନ୍ତି। ସରକାର ଏପ୍ରିଲରେ ଆଣିଥିବା ନୂଆ ନୀତି ଦ୍ୱାରା ପଡ଼ୋଶୀ ରାଷ୍ଟ୍ରଗୁଡିକ ଭାରତରେ ନିବେଶ କରିବା ପୂର୍ବରୁ ସରକାରଙ୍କ ଅନୁମତି ଲୋଡ଼ା ପଡିବ। ଭାରତ ସରକାରଙ୍କ ଏଭଳି ନୀତିକୁ ଚାଇନା ସରକାର ପୂର୍ବରୁ ସମାଲୋଚନା କରିଛନ୍ତି। ଚାଇନା ସେନା ପକ୍ଷରୁ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କରେ ତିକ୍ତତା ଆସିଛି। ବର୍ତ୍ତମାନ ବଜାର ପ୍ରଭାବିତ ସ୍ଥିତିରେ ରହିଥିବା ବେଳେ ସୁଯୋଗର ଫାଇଦା ନେଇ ଚାଇନା କମ୍ପାନୀ ଭାରତୀୟ କମ୍ପାନୀଗୁଡିକରୁ ଶେୟାର କ୍ରୟ କରୁଥିବା ନଜରରେ ଆସିଛି। ଏଭଳି ପ୍ରକ୍ରିୟାକୁ ବନ୍ଦ କରିବାକୁ ସରକାର ନୀତିରେ ପରିବର୍ତ୍ତନ କରିଥିବା ଜଣାପଡିଛି। ସରକାରଙ୍କ ଆଗାମୀ କାର୍ଯ୍ୟପନ୍ଥା କ’ଣ ରହିବ ସେ ନେଇ କମ୍ପାନୀଗୁଡିକ ଅପେକ୍ଷାରେ ରହିଛନ୍ତି। ସରକାର ଗତ ସପ୍ତାହରେ ଟିକ୍‌ଟକ୍‌ ସମେତ ଅନ୍ୟ ୫୯ ଚାଇନା ଆପ୍ଲିକେଶନକୁ ବାତିଲ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଚାଇନା କମ୍ପାନୀଗୁଡିକ ଭାରତରେ ୨୬ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ ନିବେଶ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri