କାଳିଆ ଆବେଦନ ଖୋଲାଥିବା କହି ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି ସରକାର

ଭୁବନେଶ୍ୱର,୪ା୯(ବ୍ୟୁରୋ):କାଳିଆ ଯୋଜନାକୁ ନେଇ ସରକାର ରାଜ୍ୟବାସୀଙ୍କୁ ଅନେକ ମିଛ କହିଛନ୍ତି। ୨୦୧୯ ନିର୍ବାଚନ ଜିତିବା ପରଦିନ କାଳିଆ ଅର୍ଥ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। କିନ୍ତୁ ଯୋଗ୍ୟ ଚାଷୀଙ୍କୁ ଏଯାବତ୍‌ କାଳିଆ ଅର୍ଥ ପ୍ରଦାନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଆଉ ଏବେ ବାହୁସ୍ଫୋଟ ମାରିବାକୁ କାଳିଆ ପାଇଁ ଆବେଦନ ଖୋଲା ଅଛି କହି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାକୁ ସରକାର ଷଡଯନ୍ତ୍ର କରୁଥିବା ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ଏବଂ ପ୍ରଦୀପ ପୁରୋହିତ ଅଭିଯୋଗ କରିଛନ୍ତି।
ଉଭୟ ନେତା ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଗତ ସାଧାରଣ ନିର୍ବାଚନରେ ରାଜ୍ୟ ସରକାର କାଳିଆ ଯୋଜନାରେ ୭୨ ଲକ୍ଷ ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବାର ତତ୍କାଳୀନ କୃଷିମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି କୁଆଡେ ଗଲା। ପ୍ରଧାନମନ୍ତ୍ରୀ କିଷାନ ନିଧି ଯୋଜନାର ପ୍ରଥମ କିସ୍ତିରେ ୩୧ ଲକ୍ଷ ଚାଷୀଙ୍କ ତାଲିକା ରାଜ୍ୟ ସରକାର କେନ୍ଦ୍ରକୁ ପ୍ରଦାନ କରିଥିବାବେଳେ ତାହା ବର୍ତ୍ତମାନ ଷଷ୍ଠ କିସ୍ତିରେ ୯ ଲକ୍ଷ ହିତାଧିକାରୀରେ ପହଞ୍ଚିଛି। ରାଜ୍ୟ ସରକାର କାଳିଆ ଯୋଜନାକୁ ଚଲାଇ ନ ପାରିବାରୁ ପିଏମ୍‌ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିଛନ୍ତି। ପ୍ରତି କିସ୍ତିରେ ପିଏମ୍‌ କିଷାନ ନିଧି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା କାହିଁକି ହ୍ରାସ ପାଉଛି। ରାଜ୍ୟବାସୀଙ୍କୁ ମନ୍ତ୍ରୀ ଓ ନେତା ମିଥ୍ୟା କହୁଛନ୍ତି। ସରକାର ୩୦ ଦିନ ଭିତରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପଞ୍ଜୀକୃତ କରି ତୁରନ୍ତ କେନ୍ଦ୍ରକୁ ତାଲିକା ପ୍ରଦାନ କରନ୍ତୁ ବୋଲି ପୃଥ୍ବିରାଜ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri