ବିଧାନସଭାରେ ଆଲୋଚନା ପାଇଁ ପ୍ରସ୍ତୁତ ନାହାନ୍ତି ସରକାର: ନରସିଂହ

ଭୁବନେଶ୍ୱର,୭।୧୨(ବ୍ୟୁରୋ):  ମମିତା ମେହେର ହତ୍ୟା ମାମଲାର ତଦନ୍ତ ଠିକ୍‌ ବାଟରେ ଯାଉ ନ ଥିବା ଓ ରାଜ୍ୟ ସରକାର ଏନେଇ ବିଧାନସଭାରେ ଆଲୋଚନା କରିବାକୁ ଚାହୁଁ ନ ଥିବା କଂଗ୍ରେସ ଅଭିଯୋଗ ପୁଣି ଆଣିଛି। ଏଥିସହ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ ଦାବିକୁ ମଧ୍ୟ ଦୋହରାଇଛି।
ସୋମବାର କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ବିରୋଧୀଙ୍କୁ ଗୃହ ଅଚଳ ପାଇଁ ଦାୟୀ କରୁଥିବା ରାଜ୍ୟ ସରକାର ମମିତା ହତ୍ୟା ଘଟଣାରେ ଭାଜପା ଓ କଂଗ୍ରେସ ଆଣୁଥିବା ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଅମଙ୍ଗ ହେଉଛନ୍ତି। ଛାତ୍ରୀନିବାସରେ ଯୌନ ନିର୍ଯାତନା ହୋଇଥିବା ଓ ଗୁପ୍ତ କୋଠରି ନେଇ ପୋଲିସ ପକ୍ଷରୁ କୁହାଯାଇଥିଲେ ମଧ୍ୟ ଏହାର ତଦନ୍ତ କରାଯାଉନାହିଁ କାହିଁକି। କେବଳ ହତ୍ୟାର ତଦନ୍ତ କରାଯାଉଛି, ଯାହା ତାହା ମୂଳ ତଦନ୍ତଠାରୁ ବହୁ ଦୂରରେ। ସରକାର ଯେଉଁ ପ୍ରମାଣ କଥା କହୁଛନ୍ତି, ଏ ପର୍ଯ୍ୟନ୍ତ ଯେତିକି ପ୍ରମାଣ ମିଳିଛି ଓ ଗଣମାଧ୍ୟମରେ ଘୁରି ବୁଲୁଛି, ସେତିକି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ହତ୍ୟାକାଣ୍ଡରେ ସମ୍ପୃକ୍ତି ଦର୍ଶାଇବା ପାଇଁ ଯଥେଷ୍ଟ ବୋଲି ସେ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ବହୁ ପ୍ରମାଣ ନଷ୍ଟ ହୋଇଯାଇଛି। ଏବେ ଯେଉଁ ବାଟରେ ଅନୁସନ୍ଧାନ ଚାଲିଛି ସେଥିରେ ଗିରଫ ଅଭିଯୁକ୍ତ ସନ୍‌ସାଇନ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ନିର୍ଦ୍ଦୋଷରେ ଖଲାସ ହୋଇଯିବେ। ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ, ଯଦି କୌଣସି ତଦନ୍ତରେ ଲୋକେ ସନ୍ତୁଷ୍ଟ ନାହାନ୍ତି ତାହା ଗ୍ରହଣ କରାଯାଇପାରିବ ନାହିଁ। ଏଣୁ ହାଇକୋର୍ଟର ସିଟିଂ ଜଜ୍‌ଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ଗଠନ କରି ତଦନ୍ତ କରାଯିବା ପାଇଁ ନରସିଂହ ଦାବି କରିଛନ୍ତି। ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
ଅପରପକ୍ଷରେ କଂଗ୍ରେସର ଏଭଳି ବିବୃତିକୁ ଦୁର୍ଭାଗ୍ୟଜନକ କହିଛି ବିଜେଡି। ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀରେ ବିଧାୟକ ଅତନୁ ସବ୍ୟସାଚୀ ନାୟକ କହିଛନ୍ତିି, ବିଧାନସଭା ଅଧିବେଶନର ପ୍ରଥମ ଦିନରୁ କଂଗ୍ରେସ ବିଧାୟକମାନେ ଭାଜପା ବିଧାୟକଙ୍କ ସହ ମିଶି ବିଧାନସଭା ଚଳାଇବାକୁ ଦେଉନାହାନ୍ତି। ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଓଡ଼ିଶା ହାଇକୋର୍ଟ ଜଣେ ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କୁ ନିଯୁକ୍ତ କରିଛନ୍ତି। ସମସ୍ତେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଦେବା ଉଚିତ। ନରସିଂହ ମିଶ୍ରଙ୍କୁ ଅନୁରୋଧ, ଯଦି ତାଙ୍କ ନିକଟରେ କୌଣସି ପ୍ରମାଣ ଅଛି ତେବେ ସେ କୋର୍ଟଙ୍କ ନିକଟକୁ ଯାଇପାରିବେ ବୋଲି ଅତନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri