ବିଧାନସଭାରେ ଆଲୋଚନା ପାଇଁ ପ୍ରସ୍ତୁତ ନାହାନ୍ତି ସରକାର: ନରସିଂହ

ଭୁବନେଶ୍ୱର,୭।୧୨(ବ୍ୟୁରୋ):  ମମିତା ମେହେର ହତ୍ୟା ମାମଲାର ତଦନ୍ତ ଠିକ୍‌ ବାଟରେ ଯାଉ ନ ଥିବା ଓ ରାଜ୍ୟ ସରକାର ଏନେଇ ବିଧାନସଭାରେ ଆଲୋଚନା କରିବାକୁ ଚାହୁଁ ନ ଥିବା କଂଗ୍ରେସ ଅଭିଯୋଗ ପୁଣି ଆଣିଛି। ଏଥିସହ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ତଦନ୍ତ ଦାବିକୁ ମଧ୍ୟ ଦୋହରାଇଛି।
ସୋମବାର କଂଗ୍ରେସ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ବିରୋଧୀଙ୍କୁ ଗୃହ ଅଚଳ ପାଇଁ ଦାୟୀ କରୁଥିବା ରାଜ୍ୟ ସରକାର ମମିତା ହତ୍ୟା ଘଟଣାରେ ଭାଜପା ଓ କଂଗ୍ରେସ ଆଣୁଥିବା ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଅମଙ୍ଗ ହେଉଛନ୍ତି। ଛାତ୍ରୀନିବାସରେ ଯୌନ ନିର୍ଯାତନା ହୋଇଥିବା ଓ ଗୁପ୍ତ କୋଠରି ନେଇ ପୋଲିସ ପକ୍ଷରୁ କୁହାଯାଇଥିଲେ ମଧ୍ୟ ଏହାର ତଦନ୍ତ କରାଯାଉନାହିଁ କାହିଁକି। କେବଳ ହତ୍ୟାର ତଦନ୍ତ କରାଯାଉଛି, ଯାହା ତାହା ମୂଳ ତଦନ୍ତଠାରୁ ବହୁ ଦୂରରେ। ସରକାର ଯେଉଁ ପ୍ରମାଣ କଥା କହୁଛନ୍ତି, ଏ ପର୍ଯ୍ୟନ୍ତ ଯେତିକି ପ୍ରମାଣ ମିଳିଛି ଓ ଗଣମାଧ୍ୟମରେ ଘୁରି ବୁଲୁଛି, ସେତିକି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ହତ୍ୟାକାଣ୍ଡରେ ସମ୍ପୃକ୍ତି ଦର୍ଶାଇବା ପାଇଁ ଯଥେଷ୍ଟ ବୋଲି ସେ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ବହୁ ପ୍ରମାଣ ନଷ୍ଟ ହୋଇଯାଇଛି। ଏବେ ଯେଉଁ ବାଟରେ ଅନୁସନ୍ଧାନ ଚାଲିଛି ସେଥିରେ ଗିରଫ ଅଭିଯୁକ୍ତ ସନ୍‌ସାଇନ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ନିର୍ଦ୍ଦୋଷରେ ଖଲାସ ହୋଇଯିବେ। ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ, ଯଦି କୌଣସି ତଦନ୍ତରେ ଲୋକେ ସନ୍ତୁଷ୍ଟ ନାହାନ୍ତି ତାହା ଗ୍ରହଣ କରାଯାଇପାରିବ ନାହିଁ। ଏଣୁ ହାଇକୋର୍ଟର ସିଟିଂ ଜଜ୍‌ଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ଗଠନ କରି ତଦନ୍ତ କରାଯିବା ପାଇଁ ନରସିଂହ ଦାବି କରିଛନ୍ତି। ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
ଅପରପକ୍ଷରେ କଂଗ୍ରେସର ଏଭଳି ବିବୃତିକୁ ଦୁର୍ଭାଗ୍ୟଜନକ କହିଛି ବିଜେଡି। ବିଜେଡି ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀରେ ବିଧାୟକ ଅତନୁ ସବ୍ୟସାଚୀ ନାୟକ କହିଛନ୍ତିି, ବିଧାନସଭା ଅଧିବେଶନର ପ୍ରଥମ ଦିନରୁ କଂଗ୍ରେସ ବିଧାୟକମାନେ ଭାଜପା ବିଧାୟକଙ୍କ ସହ ମିଶି ବିଧାନସଭା ଚଳାଇବାକୁ ଦେଉନାହାନ୍ତି। ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଓଡ଼ିଶା ହାଇକୋର୍ଟ ଜଣେ ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କୁ ନିଯୁକ୍ତ କରିଛନ୍ତି। ସମସ୍ତେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଦେବା ଉଚିତ। ନରସିଂହ ମିଶ୍ରଙ୍କୁ ଅନୁରୋଧ, ଯଦି ତାଙ୍କ ନିକଟରେ କୌଣସି ପ୍ରମାଣ ଅଛି ତେବେ ସେ କୋର୍ଟଙ୍କ ନିକଟକୁ ଯାଇପାରିବେ ବୋଲି ଅତନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri