ମୋ କଲେଜ ଅଭିଯାନ ଲାଗି ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ଦିଗରେ ପୁରାତନ ଛାତ୍ରୀଛାତ୍ରଙ୍କ ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କୁ ତାଙ୍କ ଶିକ୍ଷାନୁଷ୍ଠାନ ସହିତ ଯୋଡ଼ିବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନବ ପରିକଳ୍ପନା ‘ମୋ କଲେଜ’ ଆରମ୍ଭ କରିଛନ୍ତି। ଏହାଦ୍ୱାରା ରାଜ୍ୟରେ ଉଚ୍ଚଶିକ୍ଷା ଭିତ୍ତିଭୂମିକୁ ଅଧିକ କ୍ରିୟାଶୀଳ କରିହେବ। ଏହାସହିତ ଯୁବପିଢ଼ିଙ୍କ ମଧ୍ୟରେ ସ୍ବେଚ୍ଛାସେବୀ ମନୋଭାବକୁ ବୃଦ୍ଧି କରିବା ଏବଂ ଦେଶ ଗଠନରେ ସେମାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ସମ୍ପର୍କରେ ସଚେତନ କରାଇବା ଦିଗରେ ଏହା ଏକ ସମୁଚିତ ପଦକ୍ଷେପ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ଗୁରୁବାର ‘ମୋ କଲେଜ’ ଅଭିଯାନ ପରିଚାଳନା ସଙ୍ଗଠନ ଆନୁକୂଲ୍ୟରେ ରାଜ୍ୟର ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସହିତ ଓ୍ବେବିନାର ମାଧ୍ୟମରେ ଆୟୋଜିତ ପ୍ରସ୍‌ୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ କହିଛନ୍ତି, ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ଦେଶ ବିଦେଶରେ ରହୁଥିବା ପୁରାତନ ଛାତ୍ରୀଛାତ୍ର ଶିକ୍ଷାନୁଷ୍ଠାନକୁ ସହଯୋଗ କରିବା ସହିତ ଭାବଗତ ଭାବେ ଯୋଡ଼ି ହୋଇରହିବେ। ଓ୍ବେବିନାର୍‌ରେ ‘ମୋ କଲେଜ’ର ଅଧ୍ୟକ୍ଷ ଆକାଶ ଦାସ ନାୟକ ଯୋଗଦେଇ କହିଛନ୍ତି, ‘ମୋ କଲେଜ’ ଅଭିଯାନ ଏକ ବ୍ୟାପକ ଚିନ୍ତାଧାରା ା ଏହା ମାଧ୍ୟମରେ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନରେ ଶିକ୍ଷା ଓ ସାମାଜିକ ପରିବେଶରେ ଉନ୍ନତି ସହ ଛାତ୍ରୀଛାତ୍ରଙ୍କ ବ୍ୟକ୍ତିତ୍ବ ଓ ଜୀବନ ବିକାଶ ଦିଗରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର କହିଛନ୍ତି, ‘ମୋ କଲେଜ’ ଅଭିଯାନକୁ ଅଧିକ କ୍ରିୟାଶୀଳ କରାଯାଇଛି। ‘ମୋ କଲେଜ’ ଅଭିଯାନ ପରିଚାଳନା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ବଜେଟ୍‌ରେ ଓଡ଼ିଶା ସରକାର ଏକ କର୍ପସ ପାଣ୍ଠି ଗଠନ କରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ୩ ଲକ୍ଷ ୧୫ ହଜାର ଲାଞ୍ଚ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri