ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା ସମ୍ପର୍କରେ ଜାଣି ତାହା କିଭଳି ସମାଧାନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ମନ୍ତ୍ରୀ ଓ ବିଧାୟକଙ୍କୁ ନେଇ ଏକ କମିଟି ଗଠନ କରିଛନ୍ତି। ଉକ୍ତ କମିଟିକୁ ଶୁକ୍ରବାର ବିଭିନ୍ନ ସଂଘର କର୍ମକର୍ତ୍ତା ଆଜି ଭୁବନେଶ୍ୱର ଠାରେ ଭେଟି ନିଜର ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। କମିଟି ଏହାପରେ ତାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିବ। ଏଥିସହ ଆଇନ ଅନୁଯାୟୀ ବିହିତ ପଦକ୍ଷେପ ନିଆଯିବ । ସମସ୍ତ କର୍ମଚାରୀଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି ବୋଲି କମିଟିର ସଭ୍ୟ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଧରିତ୍ରୀକୁ ଏକ ସାକ୍ଷାତକାରରେ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଭୁବନେଶରରେ ଧାରଣାରତ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ,ଏସ.ଇ.ଏମ ଓ ଗ୍ରାମୀଣ ଜଳଯୋଗାଣ କର୍ମଚ଼ାରୀ ମହାସଂଘ, ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚ଼ାଳନା କର୍ମଚ଼ାରୀ ସଂଘ, ଓଡ଼ିଶା ସ୍କୁଲ କଲେଜ ଓ କର୍ମଚାରୀ ସମନ୍ବୟ ସମିତି ଏବଂ ଅନ୍ୟାନ୍ୟ ସଂଘର କର୍ମକର୍ତ୍ତାମାନେ ଆଜକୁ କିଛି ଦିନ ହେବ ଆନ୍ଦୋଳନ ଚଳାଇଛନ୍ତି। ସେମାନଙ୍କ ସମସ୍ୟାର ସମାଧାନ ନିମନ୍ତେ ଆଜି ବିଧାନସଭା ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ବାରା ମନ୍ତ୍ରୀ ଓ ବିଧାୟକ ମାନକୁ ନେଇ ଏକ କମିଟି ଗଠନ ହେଇଥିଲା। ଉକ୍ତ କମିଟି ଆଜି ବିଭିନ୍ନ ସଂଘର କର୍ମକର୍ତ୍ତାଙ୍କୁ ଭେଟି ଆଲୋଚନା ପାଇଁ ଡାକିଥିଲେ। ଏହାପରେ ବିଭିନ୍ନ ସଂଘର ପ୍ରତିନିଧି ମଣ୍ଡଳୀମାନେ ଆସି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ କମିଟିକୁ ଅବଗତ କରାଇଥିଲେ । ସଂଘର ବିଭିନ୍ନ ସମସ୍ୟା ଓ ଅଭିଯୋଗଗୁଡ଼ିକ ଉପରେ ମନ୍ତ୍ରୀ ଓ ବିଧାୟକ କମିଟି ଆଲୋଚନା କରିଥିଲା । ଏହାପରେ ସମସ୍ୟା ଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀମାନଙ୍କୁ ଅବଗତ କରାଇ ବିହିତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ କମିଟି ପ୍ରତିଶ୍ରୁତି ଦେଇଥିଲା।

ଭାଜପା ସରକାର ହେଉଛି ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ସାଧାରଣ ଜନତାଙ୍କ ଅଭିଯୋଗକୁ ଶୁଣିବା ଏବଂ ସମସ୍ୟା ଗୁଡ଼ିକର ସମାଧାନ ପାଇଁ ବିହିତ ପଦକ୍ଷେପ ନେବା ପାଇଁ ଆମ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଦ୍ୟୁମ୍ନ ଏଠାରେ କହିଛନ୍ତି। ଏହି ଅବସରରେ ମାନ୍ୟବର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭୁବନେଶ୍ୱର ବିଧାୟକ ବାବୁ ସିଂ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ନାୟକ, ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ, ବିଧାୟକ ଆଶ୍ରିତ ପଟ୍ଟନାୟକ, ବିଧାୟକ ଇରାଶିସ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?