ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ସରକାର ଦେଲେ ଅନୁକମ୍ପା ରାଶି

ଭୁବନେଶ୍ୱର (ବ୍ୟୁରୋ)/ମ. ରାମପୁର, ୯ା୨(ଡି.ଏନ୍‌.ଏ):ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ‘ଧରିତ୍ରୀ’ ଖବରକାଗଜର କଳାହାଣ୍ଡି ଜିଲା ମଦନପୁର-ରାମପୁର ବ୍ଲକ୍‌ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଥିବା ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୫ତାରିଖରେ ମଦନପୁର-ରାମପୁର ଓ ମୋହନଗିରି ମଧ୍ୟସ୍ଥ ଡୋମକର୍ଲାଖୁଣ୍ଟା ପୋଲ ନିକଟରେ ଖବର ସଂଗ୍ରହ ବେଳେ ରୋହିତ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିଲେ। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ତୁରନ୍ତ ରୋହିତଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା (ଓଡ଼ିଶା ପୋଲିସ ପକ୍ଷରୁ ୯ ଲକ୍ଷ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧୀନରେ ପରିଚାଳିତ ସାମାଜିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା)ର ଅନୁକମ୍ପା ରାଶି ପ୍ରଦାନ ନେଇ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଅନୁକମ୍ପା ରାଶି ବାବଦରେ ୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇ ରୋହିତଙ୍କ ସହଧର୍ମିଣୀ ମାଧବୀ ବିଶ୍ୱାଳଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରେରଣ କରାଯାଇଛି। ଅନ୍ୟପକ୍ଷରେ ପୋଲିସ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ୯ ଲକ୍ଷ ଟଙ୍କା ଜମା ରାଶି ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରଦାନ କରାଯିବ। ଏନେଇ କଳାହାଣ୍ଡି ସିଡିଏମ୍‌ଓଙ୍କୁ ଶୀଘ୍ର ରିପୋର୍ଟ ପ୍ରଦାନ ପାଇଁ କୁହାଯାଇଥିବା ଏସ୍‌ପି ଶ୍ରବଣ ବିବେକ ଏମ୍‌ ସୂଚନା ଦେଇଛନ୍ତି। ଆସନ୍ତା ୯ତାରିଖ ସୁଦ୍ଧା ରିପୋର୍ଟ ତଲବ ସହ ଘୋଷିତ ଜମାରାଶି ପ୍ରଦାନ ନେଇ ସମ୍ଭାବନା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri