ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ସରକାର ଦେଲେ ଅନୁକମ୍ପା ରାଶି

ଭୁବନେଶ୍ୱର (ବ୍ୟୁରୋ)/ମ. ରାମପୁର, ୯ା୨(ଡି.ଏନ୍‌.ଏ):ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ‘ଧରିତ୍ରୀ’ ଖବରକାଗଜର କଳାହାଣ୍ଡି ଜିଲା ମଦନପୁର-ରାମପୁର ବ୍ଲକ୍‌ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଥିବା ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୫ତାରିଖରେ ମଦନପୁର-ରାମପୁର ଓ ମୋହନଗିରି ମଧ୍ୟସ୍ଥ ଡୋମକର୍ଲାଖୁଣ୍ଟା ପୋଲ ନିକଟରେ ଖବର ସଂଗ୍ରହ ବେଳେ ରୋହିତ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିଲେ। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ତୁରନ୍ତ ରୋହିତଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା (ଓଡ଼ିଶା ପୋଲିସ ପକ୍ଷରୁ ୯ ଲକ୍ଷ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧୀନରେ ପରିଚାଳିତ ସାମାଜିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା)ର ଅନୁକମ୍ପା ରାଶି ପ୍ରଦାନ ନେଇ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଅନୁକମ୍ପା ରାଶି ବାବଦରେ ୪ ଲକ୍ଷ ଟଙ୍କା ମଞ୍ଜୁର କରାଯାଇ ରୋହିତଙ୍କ ସହଧର୍ମିଣୀ ମାଧବୀ ବିଶ୍ୱାଳଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରେରଣ କରାଯାଇଛି। ଅନ୍ୟପକ୍ଷରେ ପୋଲିସ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ୯ ଲକ୍ଷ ଟଙ୍କା ଜମା ରାଶି ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରଦାନ କରାଯିବ। ଏନେଇ କଳାହାଣ୍ଡି ସିଡିଏମ୍‌ଓଙ୍କୁ ଶୀଘ୍ର ରିପୋର୍ଟ ପ୍ରଦାନ ପାଇଁ କୁହାଯାଇଥିବା ଏସ୍‌ପି ଶ୍ରବଣ ବିବେକ ଏମ୍‌ ସୂଚନା ଦେଇଛନ୍ତି। ଆସନ୍ତା ୯ତାରିଖ ସୁଦ୍ଧା ରିପୋର୍ଟ ତଲବ ସହ ଘୋଷିତ ଜମାରାଶି ପ୍ରଦାନ ନେଇ ସମ୍ଭାବନା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri