ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର

ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ।

୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁର ଯାଇଥିଲେ। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଥିଲେ।

ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ପଢ଼ାର ଆବଶ୍ୟକ। ସମାଜରେ ବଡ଼ ହେବାକୁ ହେଲେ, ନିଜ ନାଁକୁ ବଢ଼ାଇବାକୁ ପଡ଼େ। ଏବେ ପାଠପଢ଼ା ପାଇଁ ବହୁତ ସୁବିଧା ହେଲାଣି, ସହଯୋଗ ମିଳୁଛି। ଏକତ୍ରିତ ହୋଇ ରହିଲେ ସବୁ ସମସ୍ୟାର ସମାଧାନ ମିଳେ। ପିଲା ନ ଆସିଲେ କାରଣ କ’ଣ ବୁଝିବାକୁ ଶିକ୍ଷକ ଯାଆନ୍ତୁ ବୋଲି ରାଷ୍ଟ୍ରପତି ସୁପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri