ଅନୁମତି ବାତିଲ କଲେ ସରକାର

ଭୁବନେଶ୍ୱର,୨୬ା୧୧:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ୍‌ରେ ଗତ ଅକ୍ଟୋବର ୭ ତାରିଖରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟଣାରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଏହାର ଅନୁମତି ବାତିଲ କରିଦିଆଯାଇଛି। ଏ ସଂକ୍ରାନ୍ତରେ ନଭେମ୍ବର ୧୭ରେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଫିସ୍‌ ଅର୍ଡର ନଂ. ୧୭୪୦୨ ଅନୁଯାୟୀ ଏଭଳି ପଦକ୍ଷେପ ନିଆଯାଇଛି। ବିସ୍ଫୋରଣ ଘଟିବା ପରେ ଅକ୍ଟୋବର ୮ରେ ଭୁବନେଶ୍ୱରସ୍ଥିତ ଡେପୁଟି ଚିଫ୍‌ କଣ୍ଟ୍ରୋଲ ଅଫ୍‌ ଏକ୍ସପ୍ଲୋସିଭ୍‌ର ଅଧିକାରୀଙ୍କ ତଦନ୍ତ ରିପୋର୍ଟ ଆଧାରରେ ଚିଠି ନଂ. P/EC/PR/1 4/160 (P45174)ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ୟୁନିଟ୍‌ ୬ ମୌଜାର ଖାତା ନଂ. ୧୧୨, ପ୍ଲଟ ନଂ. ଇ/୧ରେ ଏ.ବି. ରିଟେଲ ଆଉଟଲେଟ୍‌ ସର୍ଭିସ୍‌ ଷ୍ଟେଶନ ସ୍ଥାପନ ଲାଗି ପତ୍ରସଂଖ୍ୟା ୧୪୩୦/ ୧୮ା୬ା୧୯୭୯ରେ ଏନ୍‌ଓସି ପ୍ରଦାନ କରାଯାଇଥିଲା।
ପ୍ରକାଶ ଯେ, ଅକ୍ଟୋବର ୭ରେ ଉକ୍ତ ପେଟ୍ରୋଲ ପମ୍ପ୍‌ରେ ବିସ୍ଫୋରଣ ଘଟି ୩୦୦ ଫୁଟ୍‌ ଉଚ୍ଚର ନିଅଁା ଜଳିବା ସହ ସମ୍ପୃକ୍ତ ଅଞ୍ଚଳରେ ଭୂକମ୍ପ ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଲୋକେ ଭୟଭୀତ ହୋଇଯାଇଥିଲେ। ପେଟ୍ରୋଲ ପମ୍ପ୍‌ରେ ଥିବା ୨୫ଜଣଙ୍କ ମଧ୍ୟରୁ ୧୦ଜଣ ଆହତ ହୋଇଥିଲେ। ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ମେଡିକାଲରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri