ଖୋଲୁନି ସରକାରୀ ଧାନମଣ୍ଡି

ରୂପସା, ୨୬ା୧୨(ଡି.ଏନ.ଏ.) ଚଳିତବର୍ଷ ଏଯାବତ୍‌ ସରକାରୀ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ଧାନର ଅଭାବୀ ବିକ୍ରି ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ବୁଧବାର ବାଲେଶ୍ୱର ଜିଲା ବସ୍ତା ବ୍ଲକ କଂଗ୍ରେସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇ ଚେତାବନୀ ଦିଆଯାଇଛି।
ବ୍ଲକ କଂଗ୍ରେସ ସଭାପତି ସତ୍ୟନାରାୟଣ ଗୁପ୍ତାଙ୍କ ଆବାହକତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ସରକାର ତୁରନ୍ତ ଧାନମଣ୍ଡି ଖୋଲି ଚାଷୀଙ୍କଠାରୁ ଧାନ କ୍ରୟ ଆରମ୍ଭ କରିବା, କଟ୍‌ନୀ ଛଟନୀ ବନ୍ଦ କରିବା, ଚାଷୀଙ୍କୁ ଅଖା ବାବଦ ଟଙ୍କା ଫେରାଇବା, ଟୋକନର ଅବଧିକୁ ୨ମାସ ବୃଦ୍ଧି, ବାତ୍ୟା ଓ ଚକଡା଼ ପୋକ କ୍ଷୟକ୍ଷତି ପାଇଁ ଏକର ପିଛା ୨୦ ହଜାର ଟଙ୍କା ସହାୟତା ପ୍ରଦାନ ଓ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୯୫୦ ଟଙ୍କାକୁ ବୃଦ୍ଧି ପାଇଁ ଦାବି ହୋଇଥିଲା। ଧାନ କିଣିବାକୁ ସରକାର ୧୫ତାରିଖ ସୁଦ୍ଧା ମଣ୍ଡି ଖୋଲିବାକୁ ନିଷ୍ପତ୍ତି ନେଇଥିବା ବେଳେ ଚାଷୀମାନେ ଟୋକନ୍‌ ପାଇ ବସିଛନ୍ତି। ମାତ୍ର ବସ୍ତାର ୧୨ଟି ଯାକ ସମବାୟ ସମିତି ମଣ୍ଡି ନ ଖୋଲିବାରୁ ଚାଷୀ ଅଭାବୀ ଧାନ ବିକ୍ରି କରି ଆର୍ଥତ୍କ ଅନଟନ ମଧ୍ୟକୁ ଠେଲି ହୋଇଯାଉଛନ୍ତି। ପ୍ରାୟ ୧୦ ହଜାର ଚାଷୀ ସମିତିରେ ନାମ ପଞ୍ଜିକରଣ କରି ଟୋକନ ପାଇଥିଲେ ମଧ୍ୟ ଧାନ ବିକି ନ ପାରି ହନ୍ତସନ୍ତ ହେଉଛନ୍ତି। ଖବରଦାତା ସମ୍ମିଳନୀରେ ଜିଲା ସାଧାରଣ ସମ୍ପାଦକ ସୁଧାଂଶୁ ଯେନା, ସମିତିସଭ୍ୟ ରବୀନ୍ଦ୍ର ଦାସ, ସରପଞ୍ଚ ପ୍ରଣତୀ ସାହୁ, ଅନୀଲ ମହାପାତ୍ର, ବରିଷ୍ଠ ନେତା ପୂର୍ଣ୍ଣଚନ୍ଦ୍ର ଦାସ, ପୂର୍ବତନ ସରପଞ୍ଚ ଦେବେନ୍ଦ୍ର ନାୟକ ଓ ମଦନମୋହନ ଯେନା, ମନୋଜ ମହାନ୍ତି, ସୁକାନ୍ତି ଭକ୍ତା, ନରେନ୍ଦ୍ର ଦାସଙ୍କ ସମେତ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri