୧୫ ଦିନ ସମୟ ନେଲେ ସରକାର

ଭୁବନେଶ୍ବର,୧୩ା୯(ବ୍ୟୁରୋ):ବର୍ଷାରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ରାଜ୍ୟ ସରକାରଙ୍କ ଉପରେ ଏକ ପ୍ରକାର ଚାପ ପଡ଼ିଥିବା ଆଲୋଚନା ଜୋର୍‌ ଧରିଛି। ସେମାନଙ୍କ ଦାବି ପୂରଣ କରିବା ଦିଗରେ ଏବେ ଚିନ୍ତା କରିବା ଆରମ୍ଭ କରିଦେଇଛନ୍ତି। ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଦଶହରା ପୂର୍ବରୁ ଖୁସି ଖବର ମିଳିପାରେ ବୋଲି କୁହାଯାଉଛି। ରବିବାର ଲୋୟର ପିଏମ୍‌ଜିରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ସୋମବାର ରାଜ୍ୟ ସରକାରଙ୍କ ସହ ମହାସଂଘର ଆଲୋଚନା ସଫଳ ହୋଇଥିବା ଜଣାପଡ଼ିଛି। ସରକାର ଏଥିପାଇଁ ୧୫ ଦିନ ସମୟ ନେଇଛନ୍ତି। ୧୫ ଦିନ ପରେ ପୂଜା ପଡ଼ୁଥିବାରୁ ଏହା ପୂର୍ବରୁ କର୍ମଚାରୀଙ୍କ ଦାବି ପୂରଣ ନେଇ ସରକାର ନୀତିଗତ ନିଷ୍ପତ୍ତି ନେଇପାରନ୍ତି ବୋଲି ମହାସଂଘ ଆଶା ରଖିଛି।
ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ କର୍ମଚାରୀମାନେ ଅଗଷ୍ଟ ୧୬ରୁ କଳାବ୍ୟାଜ୍‌ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଚୁକ୍ତିଭିତ୍ତିକ/ପ୍ରାରମ୍ଭିକ ନିଯୁକ୍ତି ଉଚ୍ଛେଦ ସହିତ ୬ ବର୍ଷ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ନିୟମିତ ଚାକିରି କ୍ଷେତ୍ରରେ ଗଣନା କରିବା ଦାବିରେ ରବିବାର ଲୋୟର ପିଏମଜିରେ ହଜାର ହଜାର କର୍ମଚାରୀ ପ୍ରବଳ ବର୍ଷାରେ ଭିଜି ଦୃଢ଼ ପ୍ରତିବାଦ ଜଣାଇଥିଲେ। ଏହାପରେ ମହାସଂଘର ୫୦ ଜଣିଆ ପ୍ରତିନିଧି ଦଳ ସହ ରାଜ୍ୟ ସରକାରଙ୍କ ଆଲୋଚନା ହୋଇଛି। ସମାଧାନ ପାଇଁ ୧୫ ଦିନ ସମୟ ସରକାର ମାଗିଛନ୍ତି। ଯଦି ଏହି ସମୟସୀମା ମଧ୍ୟରେ ସରକାର ତାଙ୍କ ପ୍ରତିଶ୍ରୁତି ପୂରଣ ନ କରନ୍ତି, ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ମହାସଂଘ ରାଜ୍ୟ ସଭାପତି ବିଜୟ ମଲ୍ଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri