୧୫ ଦିନ ସମୟ ନେଲେ ସରକାର

ଭୁବନେଶ୍ବର,୧୩ା୯(ବ୍ୟୁରୋ):ବର୍ଷାରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ରାଜ୍ୟ ସରକାରଙ୍କ ଉପରେ ଏକ ପ୍ରକାର ଚାପ ପଡ଼ିଥିବା ଆଲୋଚନା ଜୋର୍‌ ଧରିଛି। ସେମାନଙ୍କ ଦାବି ପୂରଣ କରିବା ଦିଗରେ ଏବେ ଚିନ୍ତା କରିବା ଆରମ୍ଭ କରିଦେଇଛନ୍ତି। ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଦଶହରା ପୂର୍ବରୁ ଖୁସି ଖବର ମିଳିପାରେ ବୋଲି କୁହାଯାଉଛି। ରବିବାର ଲୋୟର ପିଏମ୍‌ଜିରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଗର୍ଜନ ପରେ ସୋମବାର ରାଜ୍ୟ ସରକାରଙ୍କ ସହ ମହାସଂଘର ଆଲୋଚନା ସଫଳ ହୋଇଥିବା ଜଣାପଡ଼ିଛି। ସରକାର ଏଥିପାଇଁ ୧୫ ଦିନ ସମୟ ନେଇଛନ୍ତି। ୧୫ ଦିନ ପରେ ପୂଜା ପଡ଼ୁଥିବାରୁ ଏହା ପୂର୍ବରୁ କର୍ମଚାରୀଙ୍କ ଦାବି ପୂରଣ ନେଇ ସରକାର ନୀତିଗତ ନିଷ୍ପତ୍ତି ନେଇପାରନ୍ତି ବୋଲି ମହାସଂଘ ଆଶା ରଖିଛି।
ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ କର୍ମଚାରୀମାନେ ଅଗଷ୍ଟ ୧୬ରୁ କଳାବ୍ୟାଜ୍‌ ପରିଧାନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଚୁକ୍ତିଭିତ୍ତିକ/ପ୍ରାରମ୍ଭିକ ନିଯୁକ୍ତି ଉଚ୍ଛେଦ ସହିତ ୬ ବର୍ଷ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ନିୟମିତ ଚାକିରି କ୍ଷେତ୍ରରେ ଗଣନା କରିବା ଦାବିରେ ରବିବାର ଲୋୟର ପିଏମଜିରେ ହଜାର ହଜାର କର୍ମଚାରୀ ପ୍ରବଳ ବର୍ଷାରେ ଭିଜି ଦୃଢ଼ ପ୍ରତିବାଦ ଜଣାଇଥିଲେ। ଏହାପରେ ମହାସଂଘର ୫୦ ଜଣିଆ ପ୍ରତିନିଧି ଦଳ ସହ ରାଜ୍ୟ ସରକାରଙ୍କ ଆଲୋଚନା ହୋଇଛି। ସମାଧାନ ପାଇଁ ୧୫ ଦିନ ସମୟ ସରକାର ମାଗିଛନ୍ତି। ଯଦି ଏହି ସମୟସୀମା ମଧ୍ୟରେ ସରକାର ତାଙ୍କ ପ୍ରତିଶ୍ରୁତି ପୂରଣ ନ କରନ୍ତି, ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ମହାସଂଘ ରାଜ୍ୟ ସଭାପତି ବିଜୟ ମଲ୍ଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri