ଓଟିଏମ୍‌କୁ ନିଜ ଅକ୍ତିଆରକୁ ନେଲେ ସରକାର

ମଙ୍ଗୁଳି-ଜଗତପୁର/ଚୌଦ୍ୱାର, ୪।୧୨(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଷ୍ଟାଇଲ ମିଲ୍‌ସ(ଓଟିଏମ୍‌) ପୁନରୁଦ୍ଧାର ପ୍ରସଙ୍ଗରେ ହାଇକୋର୍ଟ ଆସନ୍ତା ୫ତାରିଖ ଅପରାହ୍ନ ୪ଟା ସୁଦ୍ଧା ରାଜ୍ୟ ସରକାର ନିଜ ଅକ୍ତିଆରକୁ ନେବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଥିଲେ। ତେବେ ୨୪ଘଣ୍ଟା ନ ପୂରୁଣୁ ଶନିବାର ଅପରାହ୍ନରେ କମ୍ପାନୀର ସ୍ଥାବର ୫୨୨ଏକର ଓ ଅସ୍ଥାବର ସମ୍ପତ୍ତିକୁ ରାଜ୍ୟ ସରକାର ତାଙ୍କ ପ୍ରତିନିଧି ତହସିଲଦାରଙ୍କ ଜରିଆରେ ଅଫିସିଆଲ ଲିକ୍ୟୁଡେଟରଙ୍କଠାରୁ ନିଜ ଅକ୍ତିଆରକୁ ନେଇଛନ୍ତି। ଏହି ହସ୍ତାନ୍ତର ପ୍ରକ୍ରିୟା ବେଳେ ଲିକ୍ୟୁଡେଟରଙ୍କ ପ୍ରତିନିଧି ଦଳ, ରାଜ୍ୟ ବୟନ ଶିଳ୍ପ ବିଭାଗର ପ୍ରତିନିଧି ଦଳ, ତହସିଲଦାର ଚୌଧୁରୀ ପ୍ରଜ୍ଞାନନ୍ଦ ଦାସ, ଇଡ୍‌କୋ ଜଗତପୁର ଡିଭିଜନର ସୁପରିଣ୍ଟେଣ୍ଡେଣ୍ଟ ହେଡ୍‌ ପରୀକ୍ଷିତ ମହାଳିକ ଓ ଚୌଦ୍ୱାର ପୋଲିସ କମ୍ପାନୀ ପରିସରରେ ଉପସ୍ଥିତ ଥିଲେ । ଏହାର ସମସ୍ତ ଦାୟିତ୍ୱ ରାଜ୍ୟ ସରକାର ନେବେ ଏବଂ ଏହାର ରକ୍ଷଣାବେକ୍ଷଣ ପାଇଁ ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ କର୍ପୋରେଶନ ଓଡ଼ିଶା (ଇଡ୍‌କୋ)ପକ୍ଷରୁ କମ୍ପାନୀ ପରିସରରେ ସୁରକ୍ଷାକୁ ଆଖି ଆଗରେ ରଖି ସିସିଟିଭି ଲଗାଯିବା ସହ ଆଲୋକୀକରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଓଟିଏମ୍‌ ପରିସରରେ ଥିବା ବିଭିନ୍ନ ଘଞ୍ଚ ଜଙ୍ଗଲ ସଫା ସହ ଏହାର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମକୁ ଜୋରଦାର କରାଯିବ ବୋଲି ଇଡ୍‌କୋ ଅଧିକାରୀ ମହାଳିକ କହିଛନ୍ତି । ଲୋକଙ୍କ ବକେୟା ପ୍ରାପ୍ୟ ଦେବା ପାଇଁ ଏକ ସ୍ପେଶାଲ କମିଟି କରାଯାଇ ପ୍ରାପ୍ୟ ଯଥାଶୀଘ୍ର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ରାଜ୍ୟ ସରକାର ନିଜ ଅକ୍ତିଆରକୁ ନେବାବେଳେ ଓଟିଏମ୍‌କୁ ନେଇ ୧୮ବର୍ଷ ଧରି ସଂଗ୍ରାମ ଜାରି ରଖିଥିବା ଓଟିଏମ୍‌ ବଞ୍ଚାଅ ସଂଗଠନ ଓ ବିରାଟ ଜନକଲ୍ୟାଣ ସମିତିର ଏକ ପ୍ରତିନିଧି ମଣ୍ଡଳୀ ଉପସ୍ଥିତ ଥିଲେ । ଓଟିଏମ୍‌ ଗେଟ ସମ୍ମୁଖରେ ଧାରଣାରେ ବସିଥିବା ଶ୍ରମିକମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଉଭୟ ସଂଗଠନର ଆବାହକ ଦୀପକ କୁମାର ବାରିକ କହିଛନ୍ତି, ନିଃସ୍ବାର୍ଥପର, ଗଠନମୂଳକ, ନିଷ୍ଠାପର ଲଢ଼େଇ କେବେ ବ୍ୟର୍ଥ ଯାଏ ନାହିଁ। ସୂଚନାଯୋଗ୍ୟ, ଓଡ଼ିଶା ଟେକ୍ସଟାଇଲ ମିଲ୍ସ(ଓଟିଏମ୍‌) ପୁନରୁଦ୍ଧାର ପ୍ରସଙ୍ଗରେ ହାଇକୋର୍ଟ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଥିଲେ। ଆସନ୍ତା ୫ ତାରିଖ ଅପରାହ୍ନ ୪ଟା ସୁଦ୍ଧା ରାଜ୍ୟ ସରକାର ଓଟିଏମ୍‌କୁ ନିଜ ଅକ୍ତିଆରକୁ ନେବେ। କମ୍ପାନୀର ସମସ୍ତ ସମ୍ପତ୍ତିକୁ ରାଜ୍ୟ ସରକାର ତାଙ୍କ ପ୍ରତିନିଧିଙ୍କ ଜରିଆରେ ଅଫିସିଆଲ ଲିକ୍ୟୁଡେଟରଙ୍କଠାରୁ ଗ୍ରହଣ କରିବେ। ଏହି ସମୟ ମଧ୍ୟରେ ସରକାର ଯଦି ହସ୍ତାନ୍ତର କାର୍ଯ୍ୟ କରି ନ ପାରନ୍ତି ତେବେ ମାସକୁ ୬ ଲକ୍ଷ ଟଙ୍କା ଅଫିସିଆଲ ଲିକ୍ୟୁଡେଟରଙ୍କ ନିକଟରେ ଜମା କରିବେ। ଆସନ୍ତା ୬ ତାରିଖ ପରବର୍ତ୍ତୀ ଶୁଣାଣିବେଳେ ଏ ସମ୍ପର୍କିତ ତଥ୍ୟ ସତ୍ୟପାଠ ଆକାରରେ ଅଦାଲତଙ୍କୁ ଅବଗତ କରାଇବାକୁ ବିଚାରପତି ଅରିନ୍ଦମ ସିହ୍ନାଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri