ଜବାବ ଦାଖଲ ପାଇଁ ସମୟ ନେଲେ ସରକାର

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କ ଖଣ୍ଡପୀଠ ଗୁରୁବାର ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନ୍‌ର କାର୍ଯ୍ୟକାରିତା ପାଇଁ ପ୍ରତିଷ୍ଠିତ ସଂସ୍ଥାର ପଦବୀ ପୂରଣ ନ କରିବା ଦ୍ୱାରା ଏହାର ଉଦ୍ଦେଶ୍ୟକୁ ବିଫଳ କରାଯାଉଛି ବୋଲି ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। ତେବେ ଆୟୋଗର ସ୍ଥିତି ବିଷୟରେ ଜବାବ ଦାଖଲ ପାଇଁ ସରକାର ସମୟ ନେଇଛନ୍ତି। ଏଥିପାଇଁ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ମାର୍ଚ୍ଚ ୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ଶିଶୁ ଅଧିକାର ସୁରକ୍ଷା ଆଇନ ୨୦୦୫ ପାଇଁ କମିଶନ୍‌ର ଉପଧାରା ୧୭ ଅଧୀନରେ ୨୦୧୦ ସେପ୍ଟେମ୍ବର ୩୦ରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପ୍ରତିଷ୍ଠା ହୋଇଥିଲା। ଏଥିରେ ଜଣେ ଅଧ୍ୟକ୍ଷ ଓ ୬ ଜଣ ସଦସ୍ୟ ରହିବାର ବ୍ୟବସ୍ଥା ରହିଛି। ୨୦୨୨ ଅକ୍ଟୋବର ୧୪ରେ ଆୟୋଗର ଅଧ୍ୟକ୍ଷା ଭାବେ ମନ୍ଦାକିନୀ କରଙ୍କୁ ନିଯୁକ୍ତି ଦିଆଯାଇଥିବାବେଳେ ସଦସ୍ୟ ପଦରେ କେହି ନାହାନ୍ତି। ୨୦୨୦ ମେ’ ୧୯ରୁ ୪ଟି ସଦସ୍ୟ ପଦ ଖାଲି ପଡ଼ିଛି। ସେହିପରି ୨୦୨୧ ଜାନୁୟାରୀ ୧୦ରେ ଗୋଟିଏ ଓ ୨୦୨୨ ଅଗଷ୍ଟ ୨୫ ତାରିଖରୁ ଆଉ ଏକ ସଦସ୍ୟ ପଦ ଖାଲିପଡିଛି। ସଦସ୍ୟ ପଦ ଖାଲି ହେବାର ୬ ମାସ ମଧ୍ୟରେ ତାହା ପୂରଣ ହେବା କଥା। ପୁଣି କୌଣସି ବୈଠକର ନିଷ୍ପତ୍ତି ପାଇଁ ଅଧ୍ୟକ୍ଷ ଓ ସଦସ୍ୟଙ୍କୁ ମିଶାଇ ୪ ଜଣଙ୍କ କୋରମ ବାଧ୍ୟତାମୂଳକ ରହିଛି। ଗତ ଜାନୁୟାରୀ ୩୧ ତାରିଖ ସୁଦ୍ଧା ୨୩୭୨ ମାମଲା ଆୟୋଗରେ ବିଚାରାଧୀନ ରହିଛି। ଏହାବାଦ୍‌ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଆର୍ଥିକ ଦୁର୍ବଳ ଲୋକଙ୍କ ପାଇଁ ମୂଲ୍ୟବାନ ସେବା ଯୋଗାଉଥିବା ଏକ ସଂସ୍ଥା। ଏଥିରେ କୌଣସି କୋର୍ଟ ଫି’ ଲାଗେନାହିଁ। ଓକିଲଙ୍କୁ ନିଯୁକ୍ତ କରିବାର ଆବଶ୍ୟକତା ମଧ୍ୟ ନାହିଁ। କେବଳ ସେତିକି ନୁହେଁ, ନ୍ୟାୟିକ ବ୍ୟବସ୍ଥାରେ ଅଦାଲତର ମାମଲା ଚାପକୁ ହ୍ରାସ କରିବାରେ ଆୟୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏସବୁ ଦୃଷ୍ଟିରୁ ତୁରନ୍ତ ଆୟୋଗରେ ସଦସ୍ୟ ନିଯୁକ୍ତି ଦେବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ପ୍ରବୀର କୁମାର ଦାସ ଗତ ୮ ତାରିଖରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ଅଦାଲତ ମାମଲାକୁ ବିଚାର ପାଇଁ ଗ୍ରହଣ କରି ଗୁରୁବାର ପ୍ରଥମ ଶୁଣାଣି କରିଛନ୍ତି। ଏଥିରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଏବଂ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଆୟୋଗର ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri