କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍‌ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ

କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍‌ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ ଟୋମୋଗ୍ରାଫି ସିଟି ସ୍କାନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କର୍କଟ ପୀଡ଼ିତ ଅନୀତା ବୁଦ୍ଧିଆଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଏବଂ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଅନ୍ତରୀଣ ଆଦେଶ ଜାରି କରିଛନ୍ତି। ଏଥିସହ ଏହି ଖର୍ଚ୍ଚ ଜାନୁୟାରୀ ୨୦ରୁ କରିବା ପାଇଁ କହିଛନ୍ତି। ଶୁଣାଣି ସମୟରେ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ଚିକିତ୍ସା କେନ୍ଦ୍ରରେ ସ୍କାନିଂ ମେଶିନ ନ ରହିବା ଜାଣି ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥିସହ କର୍କଟ ପୀଡ଼ିତଙ୍କ ପିଇଟି ଏବଂ ସିଟି ସ୍କାନ ଖର୍ଚ୍ଚ ତୁରନ୍ତ ବହନ କରିବାକୁ ରାଜ୍ୟ ସରକାରଙ୍କୁ କହିଛନ୍ତି। ଅପରପକ୍ଷରେ କଟକ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ ଏହି ମେଶିନ ବସାଇବା ଲାଗି ରାଜ୍ୟ ସରକାର କି ପଦକ୍ଷେପ ଗ୍ରହଣ କରିଛନ୍ତି ସେ ସଂକ୍ରାନ୍ତରେ ପରବର୍ତ୍ତୀ ଶୁଣାଣି ସୁଦ୍ଧା ଜବାବ ଦାଖଲ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପ୍ରକାଶ ଯେ, ପିଇଟି ଓ ସିଟି ସ୍କାନ କରିବାକୁ ଜଣେ ରୋଗୀଙ୍କୁ ଘରୋଇ ହସ୍ପିଟାଲରେ ୨୩ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। କଟକରେ ଦୁଇଟି ଓ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ରହିଛି। ତେଣୁ ଏହି ହସ୍ପିଟାଲରେ ଗରିବ ରୋଗୀଙ୍କୁ ଏହି ସୁବିଧା ମାଗଣାରେ ଯୋଗାଇଦେବା ଲାଗି ଅଦାଲତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରିଣୀ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri