କରୋନା ମୁକାବିଲା ପାଇଁ ଖୋଲା ବଜାରରୁ ଋଣ ଆଣିବେ ସରକାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ)-କୋଭିଡ୍‌-୧୯ ମହାମାରୀ ଚକ୍ରବୂ୍ୟହରେ ଫସି ଯାଇଛି ରାଜକୋଷ। ନୂତନ ଯୋଜନା କାର୍ଯ୍ୟକାରୀ କରିବା ଦୂରର କଥା ଚାଲୁ ରହିଥିବା ଯୋଜନା ପାଇଁ ମଧ୍ୟ ପାଣ୍ଠି ଅଭାବ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ କରିଥିବା ବଜେଟକୁ କାଣ୍ଟଛାଣ୍ଟ କରିବେ। ଏଥିସହିତ କୋଭିଡ୍‌ ମୁକାବିଲା ଓ ଅନ୍ୟାନ୍ୟ ଖର୍ଚ୍ଚ ତୁଲାଇବା ପାଇଁ ଖୋଲା ବଜାରରୁ ଋଣ କରିବେ। ରାଜ୍ୟ ସରକାର ୩ ପ୍ରତିଶତ ସୁଧ ହାରରେ କାମ୍ପା ଫଣ୍ଡ, ଓଡ଼ିଶା ଖଣିଜ ସମ୍ପଦ ଅଞ୍ଚଳ ଉନ୍ନୟନ ନିଗମ(ଓଏମ୍‌ବିଡିଏସି) ମଧ୍ୟ ଋଣ କରିବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସ ଜରିଆରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ରାଜ୍ୟରେ ସ୍ବାସ୍ଥ୍ୟ ସେବା ଅବ୍ୟାହତ ରଖିବାକୁ ଆବଶ୍ୟକ ଅର୍ଥ ବରାଦ କରାଯିବ। ସମସ୍ତ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଚାଲୁରହିବ। ଶିକ୍ଷା କ୍ଷେତ୍ରରେ ସମସ୍ତ ଯୋଜନା ଜାରିରହିବ। ଗ୍ରାମାଞ୍ଚଳରେ ଜୀବିକା ନିର୍ବାହ ଉପାୟ ବୃଦ୍ଧି ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମ ଉପରେ ଗୁରତ୍ୱ ଦିଆଯିବ। ଚାଲୁ ରହିଥିବା କାର୍ଯ୍ୟ ଓ ପ୍ରକଳ୍ପ ବନ୍ଦ ହେବ ନାହିଁ। ଅଣ ଅଗ୍ରାଧିକାର କ୍ଷେତ୍ର ଖର୍ଚ୍ଚ ଉପରେ କଟକଣା ଜାରି ରହିବ। କମ୍‌ ସୁଧହାରରେ ମିଳୁଥିବା ପାଣ୍ଠିରୁ ଋଣ କରାଯିବ। ଅନ୍‌ଲାଇନ ସେବା ପ୍ରଦାନ ଓ ଡିଜିଟାଲ ମୋଡରେ କାର୍ଯ୍ୟ ସମ୍ପାଦନକୁ ତ୍ୱରାନ୍ବିତ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି।
ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, କୋଭିଡ୍‌ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ପ୍ରବର୍ତ୍ତିତ ଯୋଜନାଗୁଡିକ ପାଇଁ ଆସୁଥିବା ଅନୁଦାନ ହ୍ରାସ ପାଇବ। ଏଥିପାଇଁ ରାଜ୍ୟ ସରକାର ଖୋଲା ବଜାରରୁ ଋଣ କରିବେ। ଗତ ଦୁଇ ଦଶନ୍ଧି ଧରି ରାଜ୍ୟ ସରକାର ଫାଇନାନ୍ସିଆଲ ରେସ୍‌ପନ୍‌ସିବିଲିଟି ଆଣ୍ଡ ବଜେଟ ମ୍ୟାନେଜମେଣ୍ଟ ଆକ୍ଟ(ଏଫ୍‌ଆର୍‌ବିଏମ) ଆଇନ ଧାର୍ଯ୍ୟ ଲକ୍ଷ୍ୟରେ କାର୍ଯ୍ୟକରି ଚାଲିଥିଲେ । ବାର୍ଷିକ ୩ ପ୍ରତିଶତରୁ ଅଧିକ ଅର୍ଥ ଋଣ କରିବାକୁ ପଡୁ ନ ଥିଲା। ବର୍ତ୍ତମାନ ପରିସ୍ଥିତିକୁ ଦେଖି କେନ୍ଦ୍ର ସରକାର .୫ ପ୍ରତିଶତ ଅଧିକ ଋଣ କରିବାକୁ ଅନୁମତି ଦେଇଛନ୍ତି। ରାଜ୍ୟ ସରକାର ୩.୫ ପ୍ରତିଶତ ପର୍ଯ୍ୟନ୍ତ ଋଣ କରିପାରିବେ। ବର୍ତ୍ତମାନ ପରିସ୍ଥିତିରେ ଲୋକମାନଙ୍କ ଜୀବନ ବଞ୍ଚାଇବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ମେଡିକାଲ ଉପକରଣ ଏବଂ ଆବଶ୍ୟକତା ପାଇଁ ଅର୍ଥ ବ୍ୟୟ କରାଯିବ। ରାଜ୍ୟର ବିଭିନ୍ନ ଜିଲାରେ ପ୍ରବାସୀ ଶ୍ରମିକମାନେ ଅଛନ୍ତି । ସେମାନଙ୍କୁ କାମଧନ୍ଦା ଯୋଗାଇ ଦେବା ପାଇଁ ଆବଶ୍ୟକ ଅର୍ଥ ବ୍ୟୟ କରାଯିବ। କୃଷି, ଉଦ୍ୟାନ କୃଷି, ମତ୍ସ୍ୟଚାଷ ଆଦି କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ। ଜରୁରୀ ନ ଥିବା ଯୋଜନାଗୁଡିକ ପାଇଁ ହୋଇଥିବା ବ୍ୟୟ ବରାଦ ଉପରେ ଅଙ୍କୁଶ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

ପୋଲିସ କବ୍‌ଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଭୁବନେଶ୍ୱର (ସତ୍ୟଜିତ୍‌ ରାଉତ)/ଜଟଣୀ(ରବୀନ୍ଦ୍ରନାଥ ମହାକୁଡ଼),୨୯।୩:କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ। ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ଜଟଣୀ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri