ନୂଆ ପ୍ୟାକେଜ ଆଣିବେ ସରକାର

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଛି। ଘରୋଇ ବଜାରର ମୋଟ ଘରୋଇ ଉତ୍ପାଦ (ଜିଡିପି) ଐତିହାସିକ ନିମ୍ନ ସ୍ତରରେ ରହିଛି। ଅର୍ଥ ବ୍ୟବସ୍ଥାକୁ ଗତି ପ୍ରଦାନ କରିବା ଲାଗି ସରକାର ପ୍ରାୟ ଦେଢ ଲକ୍ଷ କୋଟିର ନୂଆ ପ୍ୟାକେଜ ଆଣିବାକୁ ଯୋଜନା କରୁଛନ୍ତି ବୋଲି ଜଣେ ସରକାରୀ ଅଧିକାରୀ ବୁଧବାର ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ନୂଆ ଯୋଜନା ଉପରେ ଗୁରୁବାର ଚୂଡାନ୍ତ ନିଷ୍ପତ୍ତି ନେବେ ବୋଲି ଅଧିକାରୀ କହିଛନ୍ତି।
ପ୍ୟାକେଜ ସମ୍ପର୍କରେ ଅଧିକାରୀ କିଛି ବିସ୍ତୃତ ଭାବେ କହିନାହାନ୍ତି। ମାତ୍ର ଚାପରେ ରହିଥିବା କ୍ଷେତ୍ରଗୁଡିକୁ ଏହା ଦ୍ୱାରା ଫୋକସ୍‌ କରାଯିବା ବୋଲି ସେ ସ୍ପଷ୍ଟ କରିଛନ୍ତି। ନୂଆ ନିୟୁକ୍ତି ସୃଷ୍ଟି ଉପରେ ମଧ୍ୟ ଏଥିରେ ଗୁରୁତ୍ୱ ଦିଆଯିବ। କରୋନା ମହାମାରୀ ବଜାରକୁ ଶକ୍ତ ଧକ୍କା ଦେଇଛି। ମେ ମାସରେ ସରକାର ଘୋଷଣା କରିଥିବା ପ୍ୟାକେଜ ବଜାର ଉପରେ ରହିଥିବା ପ୍ରଭାବକୁ କମ୍‌ କରିବାରେ ସକ୍ଷମ ହୋଇପାରିନାହିଁ। ଏହି ପ୍ୟାକେଜରେ ସରକାରଙ୍କ ପ୍ରକୃତ ଖର୍ଚ୍ଚ କହିଲେ ବହୁ ନଗନ୍ୟ। ପ୍ୟାକେଜର ସିଂହଭାଗ କେବଳ ଋଣ ଆକାରରେ ରହିଥିବାରୁ ଏହା ବଜାରର ସମସ୍ୟାକୁ ସମାଧାନ କରିବାରେ ସକ୍ଷମ ହୋଇପାରିଲା ନାହିଁ ବୋଲି ବଜାର ବିଶେଷଜ୍ଞ କହିଛନ୍ତି।
କ୍ଷତିଗ୍ରସ୍ତ ହୋଇଥିବା ପର୍ଯ୍ୟଟନ, ହସ୍ପିଟାଲିଟି ଏବଂ ବିମାନ ଚଳାଚଳ କ୍ଷେତ୍ର ଲାଗି ସରକାର ବର୍ତ୍ତମାନ ଯାଏ କୌଣସି ପ୍ୟାକେଜ ଘୋଷଣା କରିନାହାନ୍ତି। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ ଜୁନ ସମୟରେ ଦେଶର ଅର୍ଥ ବ୍ୟବସ୍ଥା ୨୩.୯% ଖସିଛି। ଚଳିତ ଆର୍ଥତ୍କ ବର୍ଷରେ ଜିଡିପି ୧୦%ରୁ ଉର୍ଦ୍ଧ୍ୱ ଖସିବ ବୋଲି ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ ଆକଳନରେ କହିଛନ୍ତି। ଦେଶର ପ୍ରମୁଖ ସହରଗୁଡିକରେ ବର୍ତ୍ତମାନ ମଧ୍ୟ କରୋନା ସଂକ୍ରମଣ ବଢିଚାଲିଛି। ସୂଚନାଯୋଗ୍ୟ, ବୁଧବାର ସରକାର ଉତ୍ପାଦନ ସଂଯୋଗୀ ନିବେଶ (ପିଏଲ୍‌ଆଇ) ଯୋଜନା ଘୋଷଣା କରିଛନ୍ତି। ଏହା ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ହେବ। ଆଗାମୀ ୫ ବର୍ଷ ଲାଗି ମାନୁଫାକଚରିଂର ୧୦ କ୍ଷେତ୍ରକୁ ସହାୟତା କରିବା ଲାଗି ସରକାର ଏଥିରେ ଯୋଜନା ରଖିଛନ୍ତି। ସେହିଭଳି କେନ୍ଦ୍ର ସରକାର ପାର୍ବଣରେ ପ୍ରାୟ ୭୩ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରୋତ୍ସାହନ ଯୋଜନା ଘୋଷଣା କରିଥିଲେ। ଏହା ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri