ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ କହିଛନ୍ତି, ଆସନ୍ତା ନଭେମ୍ବର ୨୦ଠାରୁ ଓଡ଼ିଶାରେ ଖରିଫ ଧାନ କିଣାର ଶୁଭାରମ୍ଭ ହେବାକୁ ଥିବାବେଳେ ଏହି ଧାନ କିଣାରେ ବ୍ୟାପକ ସ୍ବଚ୍ଛତାର ସହିତ କରାଯିବା ସହିତ ମିଲ ମାଲିକଙ୍କର ଦାଦାଗିରିକୁ ବନ୍ଦ କରାଯିବ। ଏହାସହିତ ଧାନ କିଣା କାରବାରରେ ଯଦି କୌଣସି ଅଧିକାରୀ, କର୍ମଚାରୀ ଅସାଧୁ ଉପାୟ ଅବଲମ୍ବନ କରନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସାହୁ ତାଙ୍କର ବକ୍ତବ୍ୟରେ କହିଥିଲେ।

ଓଡ଼ିଶାର ଚାଷୀମାନଙ୍କୁ ସମୃଦ୍ଧ କରିବା ସହିତ ସେମାନଙ୍କର ଆୟକୁ ଦୁଇ ଗୁଣା କରିବା ପାଇଁ ମୋହନ ଚରଣ ମାଝିଙ୍କ ସରକାର ୪ ମାସ କାର୍ଯ୍ୟକାଳ ଅବଧି ମଧ୍ୟରେ ଧାନ କୁଇଣ୍ଟାଲ ପ୍ରତି ୩୧ ଶହ ଟଙ୍କା, ୬ ଲକ୍ଷ ଚାଷୀମାନଙ୍କୁ ପି.ଏମ. କିଷାନରେ ସାମିଲ କରିବା, ସି.ଏମ. କିଷାନ ଯୋଜନାରେ ୪୬ ଲକ୍ଷ ଚାଷୀଙ୍କୁ ସାମିଲ କରିବା, ୫୮ଟି ସବ୍‌ଡିଭିଜନରେ ଶୀତଳଭଣ୍ଡାର କରିବା, ଚାଷୀ ପରିବାର ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ ୨ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ବ୍ୟବସ୍ଥା, ୩୧୪ ବ୍ଲକରେ ପନିପରିବା ମଣ୍ଡି କରିବା ନିଷ୍ପତି ଐତିହାସିକ ଓ ଦୃଷ୍ଟାନ୍ତମୂଳକ ପଦକ୍ଷେପ ବୋଲି ରାଜ୍ୟ ସଭାପତି ଶ୍ରୀ ମହେଶର ସାହୁ କହିଥିଲେ। ଏହି କାର୍ଯ୍ୟକ୍ରମରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ପୁଲିନ ପ୍ରକାଶ ପୁହାଣ, କୃଷକ ମୋର୍ଚ୍ଚା ଜିଲା ସଭାପତି ଭାଗିରଥି ସିଂ, ଭାଜପା ଜିଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା, ଜିଲା ପ୍ରଭାରୀ ଶଙ୍କଷର୍ର୍ଣ ଜେନା, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଶ୍ରୀଧର ସାହୁ, ରାଧାକାନ୍ତ ମହାନ୍ତ, ପ୍ରକାଶ ସୂତ୍ରଧର, ଜିଲା ମିଡ଼ିଆ ସଂଯୋଜକ ବ୍ରଜକିଶୋର ରାୟ, ରାଜେଶ କୁମାର ସିଂହ, ଭାବଗ୍ରାହୀ ମହାନ୍ତ, ଜୟକୃଷ୍ଣ ମହାନ୍ତ, ଅନନ୍ତ ସାହୁ, ସୁଧାକର ସାହୁ, ପ୍ରମୋଦ କୁମାର ସାହୁ, ପ୍ରମୁଖଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri