ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ କହିଛନ୍ତି, ଆସନ୍ତା ନଭେମ୍ବର ୨୦ଠାରୁ ଓଡ଼ିଶାରେ ଖରିଫ ଧାନ କିଣାର ଶୁଭାରମ୍ଭ ହେବାକୁ ଥିବାବେଳେ ଏହି ଧାନ କିଣାରେ ବ୍ୟାପକ ସ୍ବଚ୍ଛତାର ସହିତ କରାଯିବା ସହିତ ମିଲ ମାଲିକଙ୍କର ଦାଦାଗିରିକୁ ବନ୍ଦ କରାଯିବ। ଏହାସହିତ ଧାନ କିଣା କାରବାରରେ ଯଦି କୌଣସି ଅଧିକାରୀ, କର୍ମଚାରୀ ଅସାଧୁ ଉପାୟ ଅବଲମ୍ବନ କରନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ସାହୁ ତାଙ୍କର ବକ୍ତବ୍ୟରେ କହିଥିଲେ।

ଓଡ଼ିଶାର ଚାଷୀମାନଙ୍କୁ ସମୃଦ୍ଧ କରିବା ସହିତ ସେମାନଙ୍କର ଆୟକୁ ଦୁଇ ଗୁଣା କରିବା ପାଇଁ ମୋହନ ଚରଣ ମାଝିଙ୍କ ସରକାର ୪ ମାସ କାର୍ଯ୍ୟକାଳ ଅବଧି ମଧ୍ୟରେ ଧାନ କୁଇଣ୍ଟାଲ ପ୍ରତି ୩୧ ଶହ ଟଙ୍କା, ୬ ଲକ୍ଷ ଚାଷୀମାନଙ୍କୁ ପି.ଏମ. କିଷାନରେ ସାମିଲ କରିବା, ସି.ଏମ. କିଷାନ ଯୋଜନାରେ ୪୬ ଲକ୍ଷ ଚାଷୀଙ୍କୁ ସାମିଲ କରିବା, ୫୮ଟି ସବ୍‌ଡିଭିଜନରେ ଶୀତଳଭଣ୍ଡାର କରିବା, ଚାଷୀ ପରିବାର ପିଲାମାନଙ୍କୁ ଉଚ୍ଚଶିକ୍ଷା ପାଇଁ ୨ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ବ୍ୟବସ୍ଥା, ୩୧୪ ବ୍ଲକରେ ପନିପରିବା ମଣ୍ଡି କରିବା ନିଷ୍ପତି ଐତିହାସିକ ଓ ଦୃଷ୍ଟାନ୍ତମୂଳକ ପଦକ୍ଷେପ ବୋଲି ରାଜ୍ୟ ସଭାପତି ଶ୍ରୀ ମହେଶର ସାହୁ କହିଥିଲେ। ଏହି କାର୍ଯ୍ୟକ୍ରମରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ପୁଲିନ ପ୍ରକାଶ ପୁହାଣ, କୃଷକ ମୋର୍ଚ୍ଚା ଜିଲା ସଭାପତି ଭାଗିରଥି ସିଂ, ଭାଜପା ଜିଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା, ଜିଲା ପ୍ରଭାରୀ ଶଙ୍କଷର୍ର୍ଣ ଜେନା, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଶ୍ରୀଧର ସାହୁ, ରାଧାକାନ୍ତ ମହାନ୍ତ, ପ୍ରକାଶ ସୂତ୍ରଧର, ଜିଲା ମିଡ଼ିଆ ସଂଯୋଜକ ବ୍ରଜକିଶୋର ରାୟ, ରାଜେଶ କୁମାର ସିଂହ, ଭାବଗ୍ରାହୀ ମହାନ୍ତ, ଜୟକୃଷ୍ଣ ମହାନ୍ତ, ଅନନ୍ତ ସାହୁ, ସୁଧାକର ସାହୁ, ପ୍ରମୋଦ କୁମାର ସାହୁ, ପ୍ରମୁଖଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri