୭ଦିନରେ ସ୍ପଷ୍ଟୀକରଣ ଦେବେ ସରକାର

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଘରୋଇ ସ୍କୁଲ ଫି’ ଛାଡ଼ ସମ୍ପର୍କିତ ମାମଲାରେ ହାଇକୋର୍ଟ ସୋମବାର ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି। କେତେକ ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିଶନକୁ ଅଗ୍ରାହ୍ୟ କରିବା ସହ ହାଇକୋର୍ଟ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ଆସନ୍ତା ୭ଦିନ ମଧ୍ୟରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, କରୋନା ସମୟରେ ଘରୋଇ ସ୍କୁଲ ଫି’ ଛାଡ଼ କରିବାକୁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟରେ ୩୦ ପ୍ରତିଶତ ପର୍ଯ୍ୟନ୍ତ ଫି’ କମାଇବା ନେଇ ସୁପାରିସ କରାଯାଇଥିଲା। କିନ୍ତୁ କେତେକ ସ୍କୁଲ୍‌ କର୍ତ୍ତୃପକ୍ଷ ଫି’ ହ୍ରାସକୁ ବିରୋଧ କରିଥିଲେ। ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ବିରୋଧ କରି ଇଣ୍ଟରଭେନ୍ସିଂ ପିଟିଶନ ଦାଏର କରିଥିଲେ। କିନ୍ତୁ ଏହି ପିଟିଶନକୁ ହାଇକୋର୍ଟ ଅଗ୍ରାହ୍ୟ କରିଥିଲେ। ଫି’ ହ୍ରାସ ସମ୍ପର୍କରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏ ସମ୍ପର୍କରେ ଆଭିମୁଖ୍ୟ ସ୍ପଷ୍ଟ କରିବା ସହ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ସ୍କୁଲ ଉପରେ ସରକାରଙ୍କର କ’ଣ ନିୟନ୍ତ୍ରଣ ରହିଛି, ତାହା ଉପରେ ସ୍ପଷ୍ଟ ଆଭିମୁଖ୍ୟ ସତ୍ୟପାଠରେ ଦେବା ପାଇଁ ହାଇକୋର୍ଟ କହିଛନ୍ତି। ଆସନ୍ତା ନଭେମ୍ବର ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଉଲ୍ଲେଖଯୋଗ୍ୟ, କମିଟି ପକ୍ଷରୁ ଦିଆଯାଇଥିବା ସୁପାରିସ ଅନୁଯାୟୀ, ବାର୍ଷିକ ୬ହଜାର ଟଙ୍କା ପର୍ଯ୍ୟନ୍ତ ଟ୍ୟୁଶନ ଫି’ରେ କୌଣସି ଫି’ ଛାଡ଼ କରାଯିବନି। ତେବେ ୬ରୁ ୧୨ ହଜାର ଟଙ୍କା ଯାଏ ଫି’ ନେଉଥିଲେ ୭.୫ ପ୍ରତିଶତ, ୧୨ରୁ ୨୪ହଜାର ଯାଏ ୧୨ପ୍ରତିଶତ, ୨୪ରୁ ୪୮ହଜାର ଯାଏ ୧୫ ପ୍ରତିଶତ, ୪୮ରୁ ୭୨ହଜାର ଯାଏ ୨୦ ପ୍ରତିଶତ, ୭୨ରୁ ୧ ଲକ୍ଷ ଟଙ୍କା ଫି’ରେ ୨୫ ପ୍ରତିଶତ ଓ ୧ଲକ୍ଷରୁ ଅଧିକ ଫି’ ପାଇଁ ୨୬ ପ୍ରତିଶତ ହ୍ରାସ କରିବାକୁ ସୁପାରିସ କରାଯାଇଛି। ତେବେ ରେସିଡେନ୍ସିଆଲ ସ୍କୁଲ୍‌ଗୁଡିକର ଫି’ ୩୦ପ୍ରତିଶତ ହ୍ରାସ ପାଇଁ କମିଟି ସୁପାରିସ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?