ହବିଷିଆଳିଙ୍କୁ ଶାଲ୍‌ ଉପହାର ଦେବେ ସରକାର

ପୁରୀ ସହର,୧୧ା୧୦: ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅର୍ନ୍ତଭୂକ୍ତ ବୃନ୍ଦାବତୀ ନିବାସକୁ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବା ସହ କାର୍ତ୍ତିକ ହବିଷିଆଳି ବ୍ରତ-୨୦୨୨ର ଶୁଭାରମ୍ଭ କରିଛନ୍ତି। ୧୧୮ଟି କୋଠରି ଥିବା ଆଠମହଲା ବିଶିଷ୍ଟ ବୃନ୍ଦାବତୀ ନିବାସ ଆକର୍ଷଣୀୟ ହୋଇଥିବାବେଳେ ଏଠାରେ ୧୨ଶହରୁ ଊର୍ଦ୍ଧ୍ୱ ହବିଷିଆଳିଙ୍କ ରହିବା ପାଇଁ ବ୍ୟବସ୍ଥା ହୋଇଛି।
ପବିତ୍ର କାର୍ତ୍ତିକ ମାସର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଏହି ହବିଷିଆଳି କେନ୍ଦ୍ରକୁ ଉଦ୍‌ଘାଟନ କରିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷିଆଳିଙ୍କ ନିମନ୍ତେ ହୋଇଥିବା ସୁବିଧା ସମ୍ପର୍କରେ ସୂଚନା ଦେଇଥିଲେ। ସେ ହବିଷିଆଳିମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଉପହାର ସ୍ବରୂପ ଗୋଟିଏ ଲେଖାଏ ଶାଲ୍‌ ପ୍ରଦାନ କରିବାକୁ ଘୋଷଣା କରିଥିଲେ। ମା’ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହ ସେମାନଙ୍କର ଏବଂ ସେମାନଙ୍କ ପରିବାର ସମେତ ସାରା ଓଡ଼ିଶାବାସୀଙ୍କ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ। ଏହି ଅବସରରେ ୩ଜଣ ହବିଷିଆଳି ଗଞ୍ଜାମର ଊର୍ମିଳା ପଟ୍ଟନାୟକ, ମୟୂରଭଞ୍ଜର ସାବିତ୍ରୀ ବିନ୍ଧାଣି ଏବଂ ପୁରୀର ଡଲିମଣି ନାଇଡ଼ୁ ସେମାନଙ୍କ ପାଇଁ ଏଠାରେ ଉପଲବ୍ଧ ନୂଆ ସୁବିଧା ସମ୍ପର୍କରେ ମତ ରଖିଥିଲେ। ସେମାନେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ। ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ କାମନା କରିଥିଲେ। ପ୍ରାରମ୍ଭରେ ହବିଷିଆଳିମାନେ ହୁଳହୁଳି ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏମ୍‌ପି ପିନାକୀ ମିଶ୍ର ଭିଡିଓ କନ୍‌ଫରେନ୍ସରେ ଯୋଗଦେଇ କହିଥିଲେ, ହବିଷିଆଳି ମା’ମାନେ ମୁଖ୍ୟମନ୍ତ୍ରୀଙ୍କର ଅଭିନ୍ନ ପରିବାର। ସେମାନଙ୍କ ସୁବିଧା ଓ ବ୍ରତ ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନା ହବିଷିଆଳିଙ୍କୁ ମହା ଆନନ୍ଦ ଦେଇପାରିଛି। ପୂର୍ବରୁ ହବିଷିଆଳିମାନେ କାର୍ତ୍ତିକ ମାସରେ ପୁରୀ ଆସିବା ସମୟରେ ଯେଉଁଭଳି ଭାବେ ସମସ୍ୟାର ସମ୍ମୁଖୀନ ହେଉଥିଲେ, ତାହା ଆଉ ହେବାକୁ ପଡ଼ିବ ନାହିଁ। କାର୍ତ୍ତିକ ମାସରେ ହବିଷିଆଳି ମା’ମାନଙ୍କର ସମସ୍ତ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ଗ୍ରହଣ କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। ବୃନ୍ଦାବତୀ ନିବାସ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ ଜିଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ବର୍ମା ସ୍ବାଗତ ଭାଷଣ ଏବଂ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଧନ୍ୟବାଦ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ୪ ଏକରରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ବୃନ୍ଦାବତୀ ନିବାସ ଅବସ୍ଥିତ। ପ୍ରାୟ ୩୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ବୃନ୍ଦାବତୀ ନିବାସରେ ୧୧୮ଟି କୋଠରି ରହିଛି। ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାର ୧୬୦୪ ଜଣ ହବିଷିଆଳି ଏଠାରେ ରହି ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?