ରାଜ୍ୟବାସୀଙ୍କୁ କାମର ହିସାବ ଦେବେ ସରକାର

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଆସନ୍ତା ମେ’ ୨୯ ତାରିଖରେ ବିଜେଡି ସରକାର ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ। ସରକାର ରାଜ୍ୟବାସୀଙ୍କୁ ନିଜ କାମର ହିସାବ ଦେବେ। ବିଜେଡିକୁ ରାଜ୍ୟବାସୀ ଲଗାତର ବିଜୟୀ କରି ଚାଲିଥିବାରୁ ସରକାରଙ୍କୁ ଏହା ଅଧିକ ଉତ୍ତରଦାୟୀ କରିଛି। ଶାସନ ବ୍ୟବସ୍ଥାରେ ଜନ ଭାଗୀଦାରିକୁ ସର୍ବଦା ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କ ବିଭିନ୍ନ ବିଭାଗର ସଫଳତା ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚତୁର୍ଥ ବର୍ଷ ପୂର୍ତ୍ତି ପୂର୍ବରୁ ଆସନ୍ତା ମେ’ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, ବିଜେଡି ସରକାର ଆସନ୍ତା ମେ’ ୨୯ ତାରିଖରେ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ କରିବାକୁ ଯାଉଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଖୁସିର ମୁହୂର୍ତ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ୨୦୧୯ ସାଧାରଣ ନିର୍ବାଚନ ବେଳେ ଲୋକମାନଙ୍କୁ ଆମେ କିଛି ପ୍ରତିଶ୍ରୁତି ଦେଇଥିଲୁ। ପ୍ରତ୍ୟେକ ବିଭାଗ କାର୍ଯ୍ୟକାରୀ କରିଥିବା ୫ଟି କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ମନ୍ତ୍ରୀମାନେ ନିଜ ବିଭାଗରେ ୫-ଟି ଓ ମୋ ସରକାର କାର୍ଯ୍ୟକାରିତା ନେଇ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ।
ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗର ୫ଟି ପ୍ରମୁଖ କାର୍ଯ୍ୟକ୍ରମ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିବେ। ଏହାପୂର୍ବରୁ ମନ୍ତ୍ରୀମାନେ ନିଜସ୍ତରରେ ବିଭାଗୀୟ ଅଧିକାରୀଙ୍କ ସହ ନିଜ ବିଭାଗ କାର୍ଯ୍ୟର ସମୀକ୍ଷା କରି ରିପୋର୍ଟ ପ୍ରସ୍ତୁତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ମେ’ ୨୨ ତାରିଖରେ କୃଷି ଏବଂ କୃଷକ ସଶକ୍ତୀକରଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହେବ। ସେହିପରି ୨୩ ତାରିଖରେ ପୂର୍ତ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ୨୪ରେ ପଞ୍ଚାୟତିରାଜ, ବାଣିଜ୍ୟ ଓ ପରିବହନ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସମୀକ୍ଷା ବୈଠକ ହେବ। ୨୫ ତାରିଖରେ ଜଳସମ୍ପଦ, ଉଚ୍ଚ ଶିକ୍ଷା, ଯୋଜନା ଏବଂ ସଂଯୋଜନ ବିଭାଗ, ୨୬ରେ ଗୃହ ଓ ନଗର ଉନ୍ନୟନ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରିପୋର୍ଟ କାର୍ଡ ଦେବେ। ସେହିପରି ୨୭ ତାରିଖରେ ମିଶନ ଶକ୍ତି, ଦକ୍ଷତା ବିକାଶ, ଶ୍ରମ ଏବଂ ନିୟୋଜନ ବିଭାଗର ବୈଠକ ଧାର୍ଯ୍ୟ ହୋଇଥିବା ବେଳେ ୨୯ ତାରିଖରେ ଗ୍ରାମ୍ୟ ଉନ୍ନୟନ, ସ୍କୁଲ ଓ ଗଣଶିକ୍ଷା ବିଭାଗର ବୈଠକ ଅନୁଷ୍ଠିତ ହେବ। ସେହିଭଳି ୩୦ ତାରିଖରେ ଏସ୍‌ସି,ଏସ୍‌ଟି ଉନ୍ନୟନ, ରାଜସ୍ବ ଏବଂ ବିପର୍ଯ୍ୟୟ ପ୍ରଶମନ, ୩୧ ତାରିଖରେ କ୍ରୀଡ଼ା ଏବଂ ଯୁବସେବା, ମହିଳା ଓ ଶିଶୁ ବିକାଶ, ଶକ୍ତି ବିଭାଗର ବୈଠକ ଅନୁଷ୍ଠିତ ହେବ। ସେହିପରି ଜୁନ୍‌ ପହିଲାରେ ପର୍ଯ୍ୟଟନ ଏବଂ ସାମାଜିକ ସଶକ୍ତୀକରଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?