ସରକାର ଆଣିବେ କ୍ରିପ୍ଟୋ କରେନ୍ସି ବିଲ୍‌

ନୂଆଦିଲ୍ଲୀ: କ୍ରିପ୍ଟୋ କରେନ୍ସିକୁ ନେଇ ସରକାର ଶୀଘ୍ର ଏକ ବିଲ୍‌ ଆଣିବେ। ବର୍ତ୍ତମାନ ଥିବା ଆଇନରେ ଏ ସଂକ୍ରାନ୍ତ କୌଣସି ବ୍ୟବସ୍ଥା ନ ଥିବାରୁ ଏହାକୁ ନେଇ ଆଶଙ୍କା ପ୍ରକାଶ ପାଉଥିବା ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି। କ୍ରିପ୍ଟୋ କରେନ୍ସିକୁ ନିୟନ୍ତ୍ରିତ କରିବା ଲାଗି ଆର୍‌ବିଆଇ ଏବଂ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ କୌଣସି ଆଇନଗତ ପ୍ରକ୍ରିୟା ନାହିଁ ବୋଲି ରାଜ୍ୟ ସଭାକୁ ଠାକୁର କହିଛନ୍ତି। ଏହି ପ୍ରସଙ୍ଗକୁ ବିଚାର କରିବା ଲାଗି ବର୍ତ୍ତମାନର ନିୟମ ପର୍ଯ୍ୟାପ୍ତ ନୁହେଁ। ଏ ସଂକ୍ରାନ୍ତରେ ଏକ ରିପୋର୍ଟ ପ୍ରଦାନ କରିବା ଲାଗି ସରକାର ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିଛନ୍ତି। ଏହାକୁ ନେଇ ଏମ୍ପାଓ୍ବାର୍ଡ ଟେକ୍ନୋଲୋଜି ଗ୍ରୁପ୍‌ର ଏକ ବୈଠକ ମଧ୍ୟ ଆୟୋଜନ କରାଯିବା କାର୍ଯ୍ୟକ୍ରମ ରହିଛି। ସେହିଭଳି କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଏହାର ରିପୋର୍ଟ ମଧ୍ୟ ଦେବ। ବିଲ୍‌ ଚୂଡ଼ାନ୍ତ ହେବା ପରେ ଏହାକୁ କ୍ୟାବିନେଟ୍‌କୁ ପଠାଯିବ। ବିଟ୍‌ କଏନ ସମେତ ଅନ୍ୟ ଭର୍ଚୁଆଲ କରେନ୍ସିକୁ ନେଇ ରିଜର୍ଭ ବ୍ୟାଙ୍କ ୨୦୧୮ରେ ଏକ ସର୍କୁଲାର ଜାରି କରିଥିଲା। ଏହାର କାରବାର ନ କରିବାକୁ ଅଂଶୀଦାର ସଂସ୍ଥାଗୁଡିକୁ କୁହାଯାଇଥିଲା। ୪ ମାର୍ଚ୍ଚ ୨୦୨୦ରେ ଆର୍‌ବିଆଇ ସର୍କୁଲାରକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଥିଲେ। ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବର୍ତ୍ତମାନ ୯୧ ଚାଇନା କମ୍ପାନୀ ଭାରତରେ ପଞ୍ଜୀକୃତ ଥିବା ବେଳେ ୮୦ଟି କାର୍ଯ୍ୟକ୍ଷମ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri