Posted inଜାତୀୟ

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ ମାଗଣା ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ଯାଉଛନ୍ତି। ଯାହାଦ୍ୱାରା ଆହତମାନେ ଯଥାଶୀଘ୍ର ମାଗଣା ଚିକିତ୍ସା ପାଇପାରିବେ ଏବଂ ସେମାନଙ୍କ ଜୀବନ ରକ୍ଷା ହୋଇପାରିବ। ଏଥିପାଇଁ ମୋଟର ଯାନ ଅଧିନିୟମରେ ପରିବର୍ତ୍ତନ ହୋଇସାରିଛି । ତଥ୍ୟ ଅନୁଯାୟୀ, ଗତ ବର୍ଷ ୪.୪୬ ଲକ୍ଷ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ୪.୨୩ ଲକ୍ଷ ଲୋକ ଆହତ ହୋଇଥିଲେ ଏବଂ ୧.୭୧ ଲକ୍ଷ ଲୋକ ପ୍ରାଣ ହରାଇଥିଲେ।
ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଖୁବ ଶୀଘ୍ର ଏ ସମ୍ପର୍କରେ ଘୋଷଣା କରିବ। ଆସନ୍ତା ୪ ମାସ ମଧ୍ୟରେ ଏହି ସୁବିଧା ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ। ମନ୍ତ୍ରଣାଳୟର ସଚିବ ଅନୁରାଗ ଜୈନ ଏକ କାର୍ଯ୍ୟକ୍ରମ ସମୟରେ କହିଛନ୍ତି, ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଭାରତରେ ଘଟିଥାଏ। ମାଗଣା ଏବଂ ନଗଦବିହୀନ ଚିକିତ୍ସାର ନିୟମ ମୋଟର ଯାନ ଅଧିନିୟମରେ ଅନ୍ତର୍ଭୂକ୍ତ କରାଯାଇଛି। କେତେକ ରାଜ୍ୟରେ ଏହି ନିୟମ ପାଳନ କରାଯାଉଛି। କିନ୍ତୁ ବର୍ତ୍ତମାନ ସମଗ୍ର ଦେଶରେ ଏହାକୁ କାର୍ଯ୍ୟକାରୀ କରିବାର ସମୟ ଆସିଛି। ତେଣୁ ସମଗ୍ର ଦେଶରେ ନଗଦବିହୀନ ଚିକିତ୍ସା ବ୍ୟବସ୍ଥା ଲାଗୁ କରିବାକୁ ଆମେ ସ୍ବାସ୍ଥ୍ୟ ଏବଂ ପରିବାର ମନ୍ତ୍ରଣାଳୟକୁ ନିବେଦନ କରିଛୁ। ଏହାଦ୍ୱାରା ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତି ଯେକୌଣସି ସ୍ଥାନରେ ଚିକିତ୍ସା ପାଇପାରିବେ।
ମୋଟର ଯାନ ଅଧିନିୟମ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦୁର୍ଘଟଣାରେ ଆହତମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ମାଗଣା ଚିକିତ୍ସା କରାଯିବ। ଯଦି ଦୁର୍ଘଟଣାର ପ୍ରଥମ କିଛି ଘଣ୍ଟା ମଧ୍ୟରେ ଚିକିତ୍ସା ଉପଲବ୍ଧ ହୁଏ, ତେବେ ଆମେ ଅନେକ ଜୀବନ ରକ୍ଷା କରିବାରେ ସଫଳ ହେବୁ ବୋଲି ଜୈନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?