ଗରିବ ଟଙ୍କା ହଡ଼ପ କରିବାକୁ ସରକାରଙ୍କ ପ୍ରୟାସ ଲଜ୍ଜାଜନକ: ଭାଜପା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମାଜର ତଳସ୍ତରରେ ବାସ କରୁଥିବା ସବୁଠୁ ଗରିବ ଲୋକ କିଭଳି ବିକାଶର ଲାଭ ପାଇପାରିବେ ସେନେଇ କେନ୍ଦ୍ରରେ ମୋଦି ସରକାର କାର୍ଯ୍ୟରତ। ଅନ୍ତ୍ୟୋଦୟକୁ ପ୍ରାଥମିକତା ଦେଇ ଆର୍ଥିକ ଦୁର୍ବଳ ଅନଗ୍ରସର ଲୋକଙ୍କୁ ଦେଶର ଆର୍ଥିକ ଅର୍ଥନୈତିକ ବ୍ୟବସ୍ଥା ସହ ଯୋଡ଼ିହେବା ପାଇଁ ମୋଦି ସରକାର ବହୁ ସଂସ୍କାର ଆଣିଛନ୍ତି। ଏହାଦ୍ୱାରା ଗରିବ ଲୋକଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ହୋଇପାରିଛି। ହେଲେ ଯୋଜନାବଦ୍ଧ ଭାବେ ଚଞ୍ଚକତା କରି ଗରିବଙ୍କ ଟଙ୍କାକୁ ହଡପ କରିବାର ରାଜ୍ୟ ସରକାରଙ୍କ ବାରମ୍ବାର ପ୍ରୟାସ ଅତ୍ୟନ୍ତ ଲଜ୍ଜାଜନକ ଏବଂ ଗରିବମାରଣ ନୀତିକୁ ସ୍ପଷ୍ଟ କରୁଛି ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଜନଧନ ଯୋଜନା କରିବାରେ ଦେଶର ୪୫ କୋଟିରୁ ଅଧିକ ଗରିବ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ପ୍ରାୟ ୧ ଲକ୍ଷ ୭୬ ହଜାର ୮୦୦ କୋଟି ଟଙ୍କା ଡିପୋଜିଟ ହୋଇଛି। ସମୁଦାୟ ଜନଧନ ଖାତାର ୫୫ ପ୍ରତିଶତ ହେଉଛନ୍ତି ମହିଳା। ଓଡ଼ିଶାରେ ୭୪ ଲକ୍ଷ ୨୦ ହଜାର ୬୬୫ ପରିବାରର(୯୯.୮୫ ପ୍ରତିଶତ) ବ୍ୟାଙ୍କ ଆକାଉଣ୍ଟ ରହିଛି। ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନାରେ ବ୍ୟାଙ୍କ ଆକାଉଣ୍ଟଧାରୀଙ୍କୁ ବାର୍ଷିକ ମାତ୍ର ୧୨ ଟଙ୍କା ପ୍ରିମିୟମରେ ୨ ଲକ୍ଷ ଟଙ୍କାର ମାଗଣା ଦୁର୍ଘଟଣା ବୀମା ସୁବିଧା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ୨୮.୧୯ କୋଟି ଲୋକ ଉପକୃତ ହୋଇଛନ୍ତି। ଜନଧନ-ଆଧାର-ମୋବାଇଲକୁ ଯୋଡିବା ଫଳରେ ବ୍ୟବସ୍ଥାରେ ସ୍ବଚ୍ଛତା ଆସିଛି। ଡିବିଟି କାରଣରୁ ଆର୍ଥକ ସହାୟତା ବାଟମାରଣା ହୋଇ ନ ପାରି ସିଧାସଳଖ ବ୍ୟାଙ୍କ ଆକାଉଣ୍ଟକୁ ଆସୁଛି। ଗରିବ ଓ ବଞ୍ଚିତମାନଙ୍କ ଆର୍ଥିକ ସୁରକ୍ଷା ସୁନିଶ୍ଚିତ ହୋଇଛି। କେବଳ କ୍ଷମତାକୁ ଆସିବା ପାଇଁ ନୁହେଁ, ବରଂ ଗରିବଙ୍କ ପ୍ରକୃତ ବିକାଶ ପାଇଁ ଧ୍ୟାନ ଦିଅନ୍ତୁ। ରାଜ୍ୟ ସରକାର ମୋଦି ସରକାରଙ୍କ ଅର୍ଥନୈତିକ ସଂସ୍କାର ଦ୍ୱାରା କିପରି ଓଡ଼ିଶାରେ ଲୋକେ ଉପକୃତ ହେବେ ଏବଂ ଗରିବ, ଖଟିଖିଆ ଓ ମହିଳାଙ୍କ ସମୃଦ୍ଧି ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରିବାକୁ ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri