‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍‌ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଥିଲେ। ଏହାପରେ ଟାଉନ ହଲ ପରିସରରେ ଏକ ସଭା ହୋଇଥିଲା। ଏଥିରେ ଉପଜିଲାପାଳ ବେହେରା ଯୋଗଦେଇ ୨୦୧୧ରୁ ଜାତୀୟ ମତଦାତା ଦିବସ ପାଳିତ ହୋଇଆସୁଛି ବୋଲି କହିଥିଲେ। ଭାରତ ଏକ ସଫଳ ଗଣତନ୍ତ୍ର ରାଷ୍ଟ୍ର। ଆମ ଦେଶରେ ଅବାଧ ଓ ମୁକ୍ତ ନିର୍ବାଚନ ହେଉଛି। ଅଧିକରୁ ଅଧିକ ମତଦାତା ନିର୍ବାଚନରେ ଭାଗ ନେଇ ନିଜର ମତଦାନ ସାବ୍ୟସ୍ତ କରନ୍ତୁ। ତା’ହେଲେ ଯାଇ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ।ମହିଳା ଏବଂ ଯୁବ ଓ ନବାଗତ ଭୋଟରମାନେ ନିର୍ବାଚନରେ ଯେତେ ଅଧିକରୁ ଅଧିକ ଭାଗ ନେବେ ଗଣତନ୍ତ୍ର ସେତେ ଅଧିକ ମଜବୁତ ହୋଇପାରିବ। ଏଥିପ୍ରତି ଦୃଷ୍ଟି ଦେବାକୁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଉପଜିଲାପାଳ ଆହାନ କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଉତ୍ସବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ସ୍ବେଚ୍ଛାସେବୀ, ଯୁବ ରେଡକ୍ରସ, ଏନ୍‌ସିସି କ୍ୟାଡେଟ, ସାବିତ୍ରୀ ମହିଳା ମହାବିଦ୍ୟାଳୟ ଏବଂ ଅନ୍ୟମାନେ ଭାଗନେଇ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।

ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ସବ କଲେକ୍ଟର ତୁଲୀଅମା ପ୍ରଧାନ, ବିଡିଓ ଭାରତୀ ଦେବୀ, ଡେପୁଟୀ କଲେକ୍ଟର ରଚିତା ମହାପାତ୍ର, ଅତିରିକ୍ତ ତହସିଲଦାର ଅବିନାଶ ମହାର, ସାବିତ୍ରୀ ମହିଳା ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଅରବିନ୍ଦ ଦାସ, ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା, ସହକାରୀ ଜିଲାପାଳ ରାମଚନ୍ଦ୍ର ମହାପାତ୍ର, ଫକୀର ଜୀନ ଜ୍ୟୋତି ନାୟକ, ଚନ୍ଦ୍ରଗିରି ଗାୟତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜାତୀୟ ମତଦାତା ଦିବସର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଉପଜିଲାପାଳ କାର୍ଯ୍ୟାଳୟ ନିର୍ବାଚନ ସେକ୍ସନ କର୍ମଚାରୀ ଲକ୍ଷ୍ମୀନାରାୟଣ ତ୍ରିପାଠୀ, ମୁକ୍ତିପଦ ନାୟକ, ସତ୍ୟ ରଞ୍ଜନ ଜେନା, ଡି ସତ୍ୟ ନାରାୟଣ ରେଡ୍ଡୀ, ପୂର୍ଣ୍ଣଚନ୍ଦ୍ର ଗୌଡ଼, ଶିକ୍ଷକ ପ୍ରଦୀପ କୁମାର ସାସମଲ, ସୁନୀଲ କେମାର ବେହେରା, ସଞ୍ଜୟ କୁମାର ସେଠୀ, ଚିରଞ୍ଜିବି ସାହୁ ପ୍ରମୁଖ ସହଯୋଗ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି…

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri