‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍‌ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଥିଲେ। ଏହାପରେ ଟାଉନ ହଲ ପରିସରରେ ଏକ ସଭା ହୋଇଥିଲା। ଏଥିରେ ଉପଜିଲାପାଳ ବେହେରା ଯୋଗଦେଇ ୨୦୧୧ରୁ ଜାତୀୟ ମତଦାତା ଦିବସ ପାଳିତ ହୋଇଆସୁଛି ବୋଲି କହିଥିଲେ। ଭାରତ ଏକ ସଫଳ ଗଣତନ୍ତ୍ର ରାଷ୍ଟ୍ର। ଆମ ଦେଶରେ ଅବାଧ ଓ ମୁକ୍ତ ନିର୍ବାଚନ ହେଉଛି। ଅଧିକରୁ ଅଧିକ ମତଦାତା ନିର୍ବାଚନରେ ଭାଗ ନେଇ ନିଜର ମତଦାନ ସାବ୍ୟସ୍ତ କରନ୍ତୁ। ତା’ହେଲେ ଯାଇ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ।ମହିଳା ଏବଂ ଯୁବ ଓ ନବାଗତ ଭୋଟରମାନେ ନିର୍ବାଚନରେ ଯେତେ ଅଧିକରୁ ଅଧିକ ଭାଗ ନେବେ ଗଣତନ୍ତ୍ର ସେତେ ଅଧିକ ମଜବୁତ ହୋଇପାରିବ। ଏଥିପ୍ରତି ଦୃଷ୍ଟି ଦେବାକୁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଉପଜିଲାପାଳ ଆହାନ କରିଥିଲେ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଉତ୍ସବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ସ୍ବେଚ୍ଛାସେବୀ, ଯୁବ ରେଡକ୍ରସ, ଏନ୍‌ସିସି କ୍ୟାଡେଟ, ସାବିତ୍ରୀ ମହିଳା ମହାବିଦ୍ୟାଳୟ ଏବଂ ଅନ୍ୟମାନେ ଭାଗନେଇ କାର୍ଯ୍ୟକ୍ରମକୁ ସଫଳ କରାଇଥିଲେ।

ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ସବ କଲେକ୍ଟର ତୁଲୀଅମା ପ୍ରଧାନ, ବିଡିଓ ଭାରତୀ ଦେବୀ, ଡେପୁଟୀ କଲେକ୍ଟର ରଚିତା ମହାପାତ୍ର, ଅତିରିକ୍ତ ତହସିଲଦାର ଅବିନାଶ ମହାର, ସାବିତ୍ରୀ ମହିଳା ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ଅରବିନ୍ଦ ଦାସ, ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା, ସହକାରୀ ଜିଲାପାଳ ରାମଚନ୍ଦ୍ର ମହାପାତ୍ର, ଫକୀର ଜୀନ ଜ୍ୟୋତି ନାୟକ, ଚନ୍ଦ୍ରଗିରି ଗାୟତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ନାୟକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଜାତୀୟ ମତଦାତା ଦିବସର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଉପଜିଲାପାଳ କାର୍ଯ୍ୟାଳୟ ନିର୍ବାଚନ ସେକ୍ସନ କର୍ମଚାରୀ ଲକ୍ଷ୍ମୀନାରାୟଣ ତ୍ରିପାଠୀ, ମୁକ୍ତିପଦ ନାୟକ, ସତ୍ୟ ରଞ୍ଜନ ଜେନା, ଡି ସତ୍ୟ ନାରାୟଣ ରେଡ୍ଡୀ, ପୂର୍ଣ୍ଣଚନ୍ଦ୍ର ଗୌଡ଼, ଶିକ୍ଷକ ପ୍ରଦୀପ କୁମାର ସାସମଲ, ସୁନୀଲ କେମାର ବେହେରା, ସଞ୍ଜୟ କୁମାର ସେଠୀ, ଚିରଞ୍ଜିବି ସାହୁ ପ୍ରମୁଖ ସହଯୋଗ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି

ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ…

ନକ୍‌ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ

ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍‌ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ…

୨୭ରୁ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର, ୨୫।୧ : ଆସନ୍ତା ୨୭ ଜାନୁଆରୀ ଠାରୁ ୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣାମେଣ୍ଟ ବଲାଙ୍ଗୀର ଗାନ୍ଧୀ ଷ୍ଟାଡ଼ିୟମ୍‌…

ଗୋପାଳପୁର ମହୋତ୍ସବ ପାଇଁ ମା’ ତାରାତାରିଣୀଙ୍କୁ ନିମନ୍ତ୍ରଣ, ପ୍ରଥମଥର ପାଇଁ…

ପୁରୁଷୋତ୍ତମପୁର,୨୫/୧(ସବିତା ମିଶ୍ର): ଗୋପାଳପୁର ମହୋତ୍ସବକୁ ଆଉ ମାତ୍ର ଦୁଇ ଦିନ ବାକି ରହିଛି । ଗଞ୍ଜାମ ଜିଲାର ଗୋପାଳପୁର ଠାରେ ହେବାକୁଥିବା ବେଳାଭୂମି ମହୋତ୍ସବ ଲାଗି ପ୍ରଶାସନ…

ATMରୁ ଟଙ୍କା ବାହାରିଲାନାହିଁ, ହେଲେ ଆକାଉଣ୍ଟରୁ କଟିଲା ଟଙ୍କା? ମନେ ରଖନ୍ତୁ RBIର ଏହି ନିୟମ… 

ନୂଆଦିଲ୍ଲୀ,୨୫।୧:ଆମର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ, ଆମକୁ ପ୍ରାୟତଃ ନଗଦ ଟଙ୍କା ଆବଶ୍ୟକ ହୁଏ। ହେଲେ ସବୁବେଳେ ନଗଦ ଟଙ୍କା ରଖିବା କଷ୍ଟକର। ତେଣୁ ଆମେ…

ସରକାରଙ୍କ ବଡ଼ ଘୋଷଣା, ରୋହିତ ଶର୍ମା ଏବଂ ହରମନପ୍ରୀତ କୌରଙ୍କୁ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ,୨୫।୧:  ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ, ଭାରତ ସରକାର ପଦ୍ମ ପୁରସ୍କାର ପାଇଁ ମନୋନୀତ ୧୩୧ ଜଣଙ୍କ ତାଲିକା ପ୍ରକାଶ କରିଛନ୍ତି । ୧୩୧ ଜଣଙ୍କ ମଧ୍ୟରେ ୯…

ସୂଚନା ଫଳକରେ ପିଟି ହେଲା ବାଇକ୍‌: ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଲାଞ୍ଜିଗଡ଼,୨୫।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ନିକଟରେ ଏକ ବାଇକ୍‌ ଭାରସାମ୍ୟ ହରାଇ ସୂଚନା ଫଳକରେ ପିଟି…

ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?

ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri