ସରକାରଙ୍କ ସତ୍ୟପାଠ ଉପରେ ଆପତ୍ତି ଉଠାଇଲେ ଆବେଦନକାରୀ

କଟକ,୨୩ା୬(କାର୍ତ୍ତିକ ସାହୁ): ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦବିଶିଷ୍ଟ ବିଧାୟକ କଲୋନୀ ନିର୍ମାଣ ପାଇଁ ବେଆଇନ ଗଛକଟା ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଗୁରୁବାର ପ୍ରତିଜବାବ ଦାଖଲ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠ ଉପରେ ଆବେଦନକାରୀ ଏହି ପ୍ରତିଜବାବ ମାଧ୍ୟମରେ ଆପତ୍ତି ଉଠାଇଛନ୍ତି। କଟାଯାଇଥିବା ଓ କଟାଯିବାକୁ ଥିବା ମୋଟ ୮୭୦ ଗଛର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ଗଠନ ହୋଇଥିବା ବିଶେଷଜ୍ଞ କମିଟିର ସଦସ୍ୟମାନେ ରାଜ୍ୟ ସରକାରଙ୍କଠାରୁ ସ୍ବାଧୀନ ନୁହନ୍ତି। ସୁପ୍ରିମକୋର୍ଟ କୋଲକାତା ମାମଲାରେ ଦେଇଥିବା ନିର୍ଦ୍ଦେଶକୁ ଆଧାର କରି ଏଠାରେ ହାଇକୋର୍ଟ ଦ୍ୱାରା ନିର୍ଦ୍ଧାରିତ ଏକ ସ୍ବାଧୀନ କମିଟି ଗଛଗୁଡ଼ିକର ମୂଲ୍ୟ ନିର୍ଦ୍ଧାରଣ କରିବାକୁ ଆବେଦନକାରୀ ପ୍ରତିଜବାବରେ ଦର୍ଶାଇଛନ୍ତି। ବାସ୍ତବରେ କେତେ ଗଛ କଟାଯାଇଛି, କେତେ ଗଛ କଟାଯିବାକୁ ଅଛି ଏବଂ କେଉଁଠି ଚାରାରୋପଣ କରାଯାଇଛି ତାହାର ସ୍ଥିତି ଭିଡିଓଗ୍ରାଫି ଓ ସାଟେଲାଇଟ୍‌ ଚିତ୍ର ଉତ୍ତୋଳନ ମାଧ୍ୟମରେ ହାଇକୋର୍ଟରେ ଦାଖଲ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ସାମାଜିକ କର୍ମୀ ଜୟନ୍ତୀ ଦାସ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ଜୁଲାଇ ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରି କଟାଯାଇଥିବା ଗଛଗୁଡ଼ିକର ମୂଲ୍ୟ ନିର୍ଦ୍ଧାରଣ ଉପରେ ସତ୍ୟପାଠ ଦାଖଲ କରିଥିଲେ। ଲୋକସେବା ଭବନର ଉପନିର୍ଦ୍ଦେଶକ ଇତିଶ୍ରୀ ରାଉତ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଥିଲେ ଯେ, ବିଶେଷଜ୍ଞ କମିଟିରେ ଭୁବନେଶ୍ୱର ସିଟି ଫରେଷ୍ଟ ଡିଭିଜନ୍‌ର ଡିଭିଜନାଲ ଫରେଷ୍ଟ ଅଫିସର ଚେୟାରମ୍ୟାନ ଅଛନ୍ତି। ଏଥିସହ ମେମ୍ବର ଭାବେ ରାଜ୍ୟ ସରକାରଙ୍କ ପିଏ ଆଣ୍ଡ୍‌ ପିଜି ଡିପାର୍ଟମେଣ୍ଟର ଅତିରିକ୍ତ ସଚିବ, ଓଡ଼ିଶା ବ୍ରିଜ୍‌ ଆଣ୍ଡ୍‌ କନଷ୍ଟ୍ରକସନ କର୍ପୋରେଶନ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର, ଓଏଫଡିସିର ଡିଭିଜନାଲ ମ୍ୟାନେଜର, ବିଡିଏର ଉଦ୍ୟାନକୃଷିବିତ୍‌, ବିଏମ୍‌ସିର ଉଦ୍ୟାନକୃଷିବିତ୍‌, ରିଜିଓନାଲ ସେଣ୍ଟର ଫର୍‌ ଡେଭେଲପମେଣ୍ଟ କୋଅପରେଶନ୍‌ର ପ୍ରତିନିଧି, ଆମ ଅଧିକାର ସଙ୍ଗଠନର ମୁଖ୍ୟ ଏବଂ ଏକ୍ସପର୍ଟ ମେମ୍ବର ଭାବେ ଭୁବନେଶ୍ୱର ଉଦ୍ୟାନକୃଷି ବିଭାଗର ନିର୍ଦ୍ଦେଶକଙ୍କ ପ୍ରତିନିଧି ଓ ଭୁବନେଶ୍ୱର ରିଜିଓନାଲ ପ୍ଲାଣ୍ଟ ରିସୋର୍ସ ସେଣ୍ଟରର ପ୍ରତିନିଧିଙ୍କୁ ଉକ୍ତ କମିଟିରେ ସାମିଲ କରାଯାଇଛି। ଏହି ସତ୍ୟପାଠ ଉପରେ ପ୍ରତିଜବାବ ଦାଖଲ ନିମନ୍ତେ ହାଇକୋର୍ଟ ଆବେଦନକାରୀ ଦାସଙ୍କୁ ଗତ ଫେବୃୟାରୀ ୨୨ ତାରିଖ ଶୁଣାଣିରେ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ଼ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri