Posted inଜାତୀୟ

ରାଷ୍ଟ୍ରପତିଙ୍କ ପାଖକୁ ପୁନଃ ଗୃହୀତ ବିଲ୍‌ ପଠାଇପାରିବେନି ରାଜ୍ୟପାଳ

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜଣେ ରାଜ୍ୟପାଳ ରାଜ୍ୟ ବିଧାନସଭାରେ ପୁନଃ ଗୃହୀତ ବିଲ୍‌କୁ ରାଷ୍ଟ୍ରପତିଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏଥିସହ ୧୦ ବିଧେୟକଙ୍କୁ ନେଇ ରହିଥିବା ଅଚଳାବସ୍ଥା ଦୂର ଲାଗି ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ସହ ବୈଠକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରସଙ୍ଗରେ ରାଜ୍ୟପାଳ ରବି ଓ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ଙ୍କ ମଧ୍ୟରେ ମତଭେଦ ରହିଛି। ତେଣୁ ରାଜ୍ୟପାଳ ଏହି ଅଚଳାବସ୍ଥା ଦୂର କରିବା ଆବଶ୍ୟକ। ସେ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରି ଏକାଠି ବସନ୍ତୁ। ଦୁହେଁ ଆଲୋଚନା ମାଧ୍ୟମରେ ସମାଧାନ କରନ୍ତୁ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଜେ.ବି. ପରଦିଓ୍ବାଲ ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ନିକଟରେ ବିଧାନସଭାରେ ପୁନଃ ପାରିତ ୧୦ ବିଲ୍‌କୁ ରାଜ୍ୟପାଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଇଦେଇଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଘ୍‌ଂଭି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇବା ପରେ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଡିସେମ୍ବର ୧୧ରେ ଏହାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri