Posted inଜାତୀୟ

ରାଜ୍ୟପାଳଙ୍କ ପାଖରେ ଆମକୁ ଭେଟିବାକୁ ସମୟ ନାହିଁ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୨୫।୩: ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ରାଜ୍ୟ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମହାରାଷ୍ଟ୍ର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ବିରୋଧୀଙ୍କ ଆଲୋଡ଼ନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟପାଳ ଭଗତ ସିଂ କୋଶିଆରିଙ୍କୁ ଭେଟିବାକୁ ଚାହୁଁଥିଲେ। କିନ୍ତୁ ଖବର ମିଳିଥିଲା ଯେ ରାଜ୍ୟପାଳ ମୁମ୍ବାଇରେ ନାହାଁନ୍ତି। ରାଜ୍ୟପାଳଙ୍କୁ ସାକ୍ଷାତ ନ କରିପାରିବାରୁ ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ରାଗିଯାଇ କହିଛନ୍ତି ଯେ, ରାଜ୍ୟପାଳ କୋଶିଆରି ଭାଜପା ନେତାଙ୍କ ଯତ୍ନ ନେବାରେ ସେ ବ୍ୟସ୍ତ ଅଛନ୍ତି। ରାଜ୍ୟପାଳଙ୍କ ପାଖରେ ଆମକୁ ଭେଟିବାକୁ ସମୟ ନାହଁି। ମହାରାଷ୍ଟ୍ରରେ ନ୍ୟାୟିକ ପ୍ରକ୍ରିୟା ଅତ୍ୟନ୍ତ ସ୍ବଚ୍ଛ। ଆମେ ଆଉ ରାଜ୍ୟପାଳଙ୍କୁ ଭେଟିବା ପାଇଁ ସମୟ ମାଗିବୁ ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅନିଲ ଦେଶମୁଖଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ପରମବୀର। ଭୃହମନ୍ତ୍ରୀ ନିଲମ୍ବିତ ପୋଲିସ ଅଫିସର ସଚିନ ବାଜେଙ୍କ ଜରିଆରେ ୧୦୦ କୋଟି ଟଙ୍କା ଆଦାୟ କରୁଥିବା ଅଭିଯୋଗ କରିଥିଲେ ପରମବୀର। ହେଲେ ଦେଶମୁଖ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛନ୍ତି। ଏହାପରେ ପରମବୀର ସୁପ୍ରିମକୋର୍ଟଙ୍କ ଦାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri