ନାୟକ ସାର୍‌, ଭାଗ୍ୟଶ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର, (ବ୍ୟୁରୋ)/ନାଉଗାଁ,(ସ୍ବ.ପ୍ର.):ସମାଜ ପାଇଁ ନିଃସ୍ବାର୍ଥପର ସେବା ଜାରି ରଖିଥିବା ଜଗତ୍‌ସିଂହପୁର ନାଉଗାଁ ବ୍ଲକ୍‌ ଶିଖର ପଞ୍ଚାୟତ ଅରଖକୁଦର ନାୟକ ସାର୍‌ ଓରଫ ସିଲୁ ନାୟକ ଓ ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ସରାଙ୍ଗର ଛାତ୍ରୀ ଭାଗ୍ୟଶ୍ରୀ ସାହୁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବୁଧବାର ରାଜଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଦୁଇଜଣଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ପ୍ରଶଂସା କରିଥିଲେ। ଭାଗ୍ୟଶ୍ରୀଙ୍କୁ ସମ୍ମାନ ଜଣାଇ ରାଜ୍ୟପାଳ ଚିତ୍ରକଳା ଓ ହସ୍ତଶିଳ୍ପ (ପଟଚିତ୍ର) କ୍ଷେତ୍ରରେ ତାଙ୍କର ଅସାଧାରଣ ପ୍ରତିଭାକୁ ପ୍ରଶଂସା କରିଥିଲେ। ତାଙ୍କର ଉତ୍ସାହ, ନିଃସ୍ବାର୍ଥପର ଭକ୍ତି ଓ ଶକ୍ତି ଅନ୍ୟମାନଙ୍କ ପାଇଁ ଅତ୍ୟନ୍ତ ପ୍ରେରଣାଦାୟକ ବୋଲି ରାଜ୍ୟପାଳ କହିଛନ୍ତି। ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି ତରଫରୁ ରାଜ୍ୟପାଳ ତାଙ୍କୁ ପ୍ରମାଣପତ୍ର ସହ ୧.୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ।
ସେହିପରି ସିଲୁ ନାୟକ ଗ୍ରାମାଞ୍ଚଳର ଯୁବକଙ୍କ ସଶସ୍ତ୍ର ବାହିନୀରେ ପ୍ରବେଶ କରିବାର ସ୍ବପ୍ନକୁ ପୂରଣ କରିବାରେ ନିଜ ଦ୍ୱାରା ପ୍ରତିଷ୍ଠିତ ‘ମହାଗୁରୁ ବାଟାଲିଅନ’୍‌ରେ ମାଗଣାରେ ତାଲିମ ପ୍ରଦାନ କରୁଛନ୍ତି। ତାଙ୍କର ଏହି ନିଃସ୍ବାର୍ଥପର କାର୍ଯ୍ୟକୁ ରାଜ୍ୟପାଳ ପ୍ରଶଂସା କରିବା ସହିତ ତାଙ୍କର ଏହି କାର୍ଯ୍ୟ ଅନେକଙ୍କୁ ସମାଜ ସେବାରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ବିପିୟୁଟି କୁଳପତି ଡ. ସି.ଆର୍‌ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri