Posted inଜାତୀୟ

ଭାଜପା ଚାପରେ ପ୍ରଧାନ ସଚିବଙ୍କୁ ହଟାଇଲେ ରାଜ୍ୟପାଳ

କୋଲକାତା,୧୭ା୨:ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ନିଜ ବ୍ୟାପାର ବୁଝିବା ପାଇଁ ରାଜଭବନରେ ଏକ ନୂଆ ଟିମ୍‌ ଗଠନ କରିବେ। ଏ ଦିଗରେ ପ୍ରଥମ ପଦକ୍ଷେପ ସ୍ବରୂପ ରାଜ୍ୟପାଳଙ୍କ ପ୍ରଧାନ ସଚିବ ନନ୍ଦିନୀ ଚକ୍ରବର୍ତ୍ତୀଙ୍କୁ ରାଜଭବନରୁ ପର୍ଯ୍ୟଟନ ବିଭାଗକୁ ବଦଳି କରାଯାଇଛି। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ନନ୍ଦିନୀଙ୍କୁ ଭାଜପା ପକ୍ଷରୁ ବାରମ୍ବାର ଟାର୍ଗେଟ କରାଯାଉଥିଲା। ତେଣୁ ତାଙ୍କ ବଦଳି ପାଇଁ ରାଜଭବନ ପକ୍ଷରୁ ରବିବାର ଅନୁରୋଧ କରାଯାଇଥିଲା। ଶେଷରେ ନନ୍ଦିନୀଙ୍କୁ ରାଜଭବନ ଦାୟିତ୍ୱରୁ ରିଲିଫ୍‌ କରାଯାଇଛି।
ପଶ୍ଚିମବଙ୍ଗ ଗୃହ ବିଭାଗ ପକ୍ଷରୁ ବୁଧବାର ଜାରି ଏକ ବିବୃତିରେ କୁହାଯାଇଛି ଯେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାଡର ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତଥା ରାଜ୍ୟପାଳଙ୍କ ପ୍ରିନ୍ସିପାଲ ସେକ୍ରେଟାରି ନନ୍ଦିନୀ ଚକ୍ରବର୍ତ୍ତୀଙ୍କୁ ପର୍ଯ୍ୟଟନ ବିଭାଗ ପ୍ରଧାନ ସଚିବ ଭାବେ ନିଯୁକ୍ତ କରିଛନ୍ତି। ନିକଟରେ ସେଣ୍ଟ ଜାଭିଅର୍ସ ୟୁନିଭର୍ସିଟି ଏବଂ ବିଧାନସଭାରେ ରାଜ୍ୟପାଳ ଭାଷଣ ଦେବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପ୍ରଶଂସା କରିଥିଲେ। ଏହା ପୂର୍ବରୁ ଗତ ଡିସେମ୍ବର ୧୫ରେ କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ରାଜ୍ୟପାଳ ବୋଷ ମମତାଙ୍କୁ ‘ଏକ କାବି୍ୟକ ରାଜ୍ୟର ସୃଜନଶୀଳ ମୁଖ୍ୟମନ୍ତ୍ରୀ’ ଭାବେ ଅଭିହିତ କରିଥିଲେ। ମମତାଙ୍କ ସହ ରାଜ୍ୟପାଳଙ୍କ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କକୁ ନେଇ ଭାଜପା ଚିନ୍ତିତ ହୋଇଯାଇଛି। ନନ୍ଦିନୀ ରାଜଭବନରେ ପଶ୍ଚିମବଙ୍ଗ ସରକାରଙ୍କ ଏଜେଣ୍ଡାକୁ କାର୍ଯ୍ୟକାରୀ କରିବାକୁ ଯାଇ ରାଜ୍ୟପାଳଙ୍କୁ ବିଭିନ୍ନ ପ୍ରସଙ୍ଗରେ ବିଭ୍ରାନ୍ତ କରୁଥିବା ନେଇ ଭାଜପା ଅଭିଯୋଗ ଆଣିବା ସହ ତାଙ୍କୁ ହଟାଇବା ପାଇଁ ଦାବି କରିଆସୁଥିଲା। ରାଜ୍ୟ ଭାଜପା ସଭାପତି ସୁକାନ୍ତ ମଜୁମଦାର ଶନିବାର ରାଜ୍ୟପାଳ ବୋଷଙ୍କୁ ଭେଟି ତାଙ୍କୁ ହଟାଇବାକୁ ଅନୁରୋଧ କରିଥିଲେ। ସ୍ଥିତି ଏପରି ହୋଇଯାଇଥିଲା ଯେ, ରାଜ୍ୟପାଳ ତାଙ୍କୁ ବଦଳି କରିବାକୁ ବାଧ୍ୟ ହୋଇଥିଲେ। ବୋଷ ତାଙ୍କ ପୂର୍ବସୁରୀ ପୂର୍ବତନ ରାଜ୍ୟପାଳ ତଥା ବର୍ତ୍ତମାନର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କ ପଥ ଅନୁସରଣ କରନ୍ତୁ ବୋଲି ଭାଜପା ଚାହୁଁଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଅଭିଯୋଗ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri