Posted inଜାତୀୟ

ଭାଜପା ଚାପରେ ପ୍ରଧାନ ସଚିବଙ୍କୁ ହଟାଇଲେ ରାଜ୍ୟପାଳ

କୋଲକାତା,୧୭ା୨:ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ନିଜ ବ୍ୟାପାର ବୁଝିବା ପାଇଁ ରାଜଭବନରେ ଏକ ନୂଆ ଟିମ୍‌ ଗଠନ କରିବେ। ଏ ଦିଗରେ ପ୍ରଥମ ପଦକ୍ଷେପ ସ୍ବରୂପ ରାଜ୍ୟପାଳଙ୍କ ପ୍ରଧାନ ସଚିବ ନନ୍ଦିନୀ ଚକ୍ରବର୍ତ୍ତୀଙ୍କୁ ରାଜଭବନରୁ ପର୍ଯ୍ୟଟନ ବିଭାଗକୁ ବଦଳି କରାଯାଇଛି। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ନନ୍ଦିନୀଙ୍କୁ ଭାଜପା ପକ୍ଷରୁ ବାରମ୍ବାର ଟାର୍ଗେଟ କରାଯାଉଥିଲା। ତେଣୁ ତାଙ୍କ ବଦଳି ପାଇଁ ରାଜଭବନ ପକ୍ଷରୁ ରବିବାର ଅନୁରୋଧ କରାଯାଇଥିଲା। ଶେଷରେ ନନ୍ଦିନୀଙ୍କୁ ରାଜଭବନ ଦାୟିତ୍ୱରୁ ରିଲିଫ୍‌ କରାଯାଇଛି।
ପଶ୍ଚିମବଙ୍ଗ ଗୃହ ବିଭାଗ ପକ୍ଷରୁ ବୁଧବାର ଜାରି ଏକ ବିବୃତିରେ କୁହାଯାଇଛି ଯେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାଡର ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତଥା ରାଜ୍ୟପାଳଙ୍କ ପ୍ରିନ୍ସିପାଲ ସେକ୍ରେଟାରି ନନ୍ଦିନୀ ଚକ୍ରବର୍ତ୍ତୀଙ୍କୁ ପର୍ଯ୍ୟଟନ ବିଭାଗ ପ୍ରଧାନ ସଚିବ ଭାବେ ନିଯୁକ୍ତ କରିଛନ୍ତି। ନିକଟରେ ସେଣ୍ଟ ଜାଭିଅର୍ସ ୟୁନିଭର୍ସିଟି ଏବଂ ବିଧାନସଭାରେ ରାଜ୍ୟପାଳ ଭାଷଣ ଦେବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପ୍ରଶଂସା କରିଥିଲେ। ଏହା ପୂର୍ବରୁ ଗତ ଡିସେମ୍ବର ୧୫ରେ କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ରାଜ୍ୟପାଳ ବୋଷ ମମତାଙ୍କୁ ‘ଏକ କାବି୍ୟକ ରାଜ୍ୟର ସୃଜନଶୀଳ ମୁଖ୍ୟମନ୍ତ୍ରୀ’ ଭାବେ ଅଭିହିତ କରିଥିଲେ। ମମତାଙ୍କ ସହ ରାଜ୍ୟପାଳଙ୍କ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କକୁ ନେଇ ଭାଜପା ଚିନ୍ତିତ ହୋଇଯାଇଛି। ନନ୍ଦିନୀ ରାଜଭବନରେ ପଶ୍ଚିମବଙ୍ଗ ସରକାରଙ୍କ ଏଜେଣ୍ଡାକୁ କାର୍ଯ୍ୟକାରୀ କରିବାକୁ ଯାଇ ରାଜ୍ୟପାଳଙ୍କୁ ବିଭିନ୍ନ ପ୍ରସଙ୍ଗରେ ବିଭ୍ରାନ୍ତ କରୁଥିବା ନେଇ ଭାଜପା ଅଭିଯୋଗ ଆଣିବା ସହ ତାଙ୍କୁ ହଟାଇବା ପାଇଁ ଦାବି କରିଆସୁଥିଲା। ରାଜ୍ୟ ଭାଜପା ସଭାପତି ସୁକାନ୍ତ ମଜୁମଦାର ଶନିବାର ରାଜ୍ୟପାଳ ବୋଷଙ୍କୁ ଭେଟି ତାଙ୍କୁ ହଟାଇବାକୁ ଅନୁରୋଧ କରିଥିଲେ। ସ୍ଥିତି ଏପରି ହୋଇଯାଇଥିଲା ଯେ, ରାଜ୍ୟପାଳ ତାଙ୍କୁ ବଦଳି କରିବାକୁ ବାଧ୍ୟ ହୋଇଥିଲେ। ବୋଷ ତାଙ୍କ ପୂର୍ବସୁରୀ ପୂର୍ବତନ ରାଜ୍ୟପାଳ ତଥା ବର୍ତ୍ତମାନର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କ ପଥ ଅନୁସରଣ କରନ୍ତୁ ବୋଲି ଭାଜପା ଚାହୁଁଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଅଭିଯୋଗ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?